26.1 C
Bhubaneswar
Sunday, September 25, 2022
Homeଓଡିଶାଆଜି ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଅନୁଷ୍ଠିତ ହେବାକୁ ଯାଉଛି ।ସନ୍ଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ଏହା ସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଆଶଙ୍କା ରହିଛି । ବୈଠକରେ ଆଦିବାସୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି।

ସୂଚନା ଅନୁଯାୟୀ ରାଜ୍ୟ ସରକାର ‘ମିଲେଟ୍ ମିଶନ’କୁ ସଂପ୍ରସାରିତ କରିବା ସହିତ ଏଥିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବେ। ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଭଳି ଜିଲାରେ ଆଦିବାସୀ ମାନଙ୍କୁ କର୍ମ ସଂସ୍ଥାନ ଯୋଗାଇବା ସହିତ ଏଥିରୁ ପ୍ରସ୍ତୁତ ଖାଦ୍ୟକୁ ମଧ୍ୟାହ୍ନ ଭୋଜନ ସହିତ ଯୋଡିବାର କାର୍ଯ୍ୟକ୍ରମ ରହିଛି। ବୈଠକ ପରେ ଏହାର ରୂପରେଖ ଜଣାପଡିବ ବୋଲି ଜଣେ କ୍ୟାବିନେଟ ମନ୍ତ୍ରୀ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking