25.1 C
Bhubaneswar
Tuesday, February 24, 2026
Homeଓଡିଶାସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି

ଭୁବନେଶ୍ୱର: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥିନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ମାର୍ଚ୍ଚ ୧୦ ତାରିଖ (୧୦.୦୩.୨୦୨୫) ଠାରୁ Common Application Form (CAF) ଭରଣ ପ୍ରକିୟା ଆରମ୍ଭ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ “Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। ଏହି ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କୁ ଚୟନ କରାଯିବ।

Common PG Entrance Test (CPET) ଆସନ୍ତା ମଇ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ CPET ପରୀକ୍ଷା ମାର୍କ ଅନିବାର୍ଯ୍ୟ ମାନଦଣ୍ତ ହୋଇଥିବାରୁ ଛାତ୍ରଛାତ୍ରୀମାନଙ୍କର ଚୟନ ପ୍ରକିୟା ସମ୍ପୂର୍ଣ୍ଣ ଭାବେ ମେଧା ଆଧାରିତ (merit based) ହୋଇପାରିବ। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିସହିତ ଜୁଲାଇ ୧୦,୨୦୨୫ ରିଖ ସୁଦ୍ଧା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ପାଠ୍ୟକ୍ରମ ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking