24.1 C
Bhubaneswar
Tuesday, November 17, 2026
Homeଓଡିଶାମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର: ଭତ୍ତା ହିତାଧିକାରୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ଘୋଷଣା କରାଯାଇଛି । ପିଛିଲା ଭାବେ ୨୦୨୬ ଜୁଲାଇରୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି ।ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି ହୋଇଛି ।ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ପାଇବେ । ପ୍ରାୟ ୮.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking