26.1 C
Bhubaneswar
Wednesday, February 4, 2026
Homeଓଡିଶାମହିଳାଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ରାଜ୍ୟ ସରକାର
ଗାଦି ଛାଡ଼ନ୍ତୁ: ବିଜେଡି

ମହିଳାଙ୍କୁ ସୁରକ୍ଷା ଦେବାରେ ଅସମର୍ଥ ରାଜ୍ୟ ସରକାର
ଗାଦି ଛାଡ଼ନ୍ତୁ: ବିଜେଡି

ଭୁବନେଶ୍ୱର: ଧଉଳି ଗଣଦୁଷ୍କର୍ମ ଘଟଣା ଲୋକଲୋଚନକୁ ଆସିବା ପରେ ରାଜ୍ୟରେ ମହିଳା ମାନଙ୍କ ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ଅଭିଯୋଗ କରି ଆଜି ବିଜୁ ଜନତା ଦଳ ରାଜ୍ୟ ବିଜେପି ସରକାରଙ୍କ ଉପରେ ବର୍ଷିଛି । ଏହାଛଡା ମା ମାନେ ଝିଅ ମାନଙ୍କୁ ଏପରି ଜାଗାକୁ ଛାଡିବା ଉଚିତ୍ ନୁହେଁ ଓ ଝିଅମାନେ ନିଜ ସୁରକ୍ଷା କଥା ନିଜେ ଚିନ୍ତା କରିବା କଥା ବୋଲି ରାଜ୍ୟ ମହିଳା କମିସନଙ୍କ ମନ୍ତବ୍ୟକୁ ମଧ୍ୟ କଡ଼ା ଭାଷାରେ ନିନ୍ଦା କରିବା ସହିତ ସରକାର ଯଦି ମହିଳାଙ୍କୁ ସୁରକ୍ଷା ଦେବା ସ୍ଥିତିରେ ନାହାନ୍ତି, ତାହେଲେ ତୁରନ୍ତ ଗାଦି ଛାଡ଼ନ୍ତୁ ବୋଲି ବିଜେଡି କହିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଥିଲେ, ରାଜ୍ୟରେ ଦୁଷ୍କର୍ମ, ଗଣଦୁଷ୍କର୍ମ ପରି ଘଟଣାମାନ ଦିନକୁ ଦିନ ବୃଦ୍ଧି ପାଇବା ସହିତ ରାଜ୍ୟରେ ମହିଳା ମାନଙ୍କ ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇଛି । ଗତ ୧୮ ମାସର ବିଜେପି ଶାସନରେ ରାଜ୍ୟରେ ମହିଳାଙ୍କ ବିରୋଧରେ ଅପରାଧ ସଂଖ୍ୟା ଅହେତୁକ ବୃଦ୍ଧି ପାଇ ଏହା ୪୦ ହଜାରରୁ ଅଧିକ ହୋଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ଏପରି ଦୟନୀୟ ସ୍ଥିତିରେ ପହଞ୍ଚିଛି ଯେ, ଅପରାଧୀ ମାନେ ଭୟମୁକ୍ତ ହୋଇ ଅପରାଧ ଘଟାଉଛନ୍ତି ।

ରାଜଧାନୀ ଭୁବନେଶ୍ୱରରେ ଗତ ୧୭ ମାସରେ ୨୮ ଜଣ ମହିଳା ଦୁଷ୍କର୍ମର ଶିକାର ହୋଇଛନ୍ତି । ଶ୍ରୀମତୀ ଛୁରିଆ ଆହୁରି କହିଥିଲେ, ଦୁଃଖ ଓ ପରିତାପର ବିଷୟ ଯେ, ରାଜ୍ୟରେ ମହିଳା ସୁରକ୍ଷା ସ୍ଥିତି ସଙ୍ଗୀନ ହୋଇଥିଲେ ମଧ୍ୟ ଏହାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟ ସରକାର କୌଣସି ତତ୍ପରତା ଦେଖାଉ ନାହାନ୍ତି । ଗୃହ ବିଭାଗ ଖୋଦ ମୁଖ୍ୟମନ୍ତ୍ରୀଙ୍କ ପାଖରେ ରହିଥିଲା ବେଳେ ସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଅଧିକ ବିଗିଡ଼ି ଯିବା, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ଅପାରଗ ପଣିଆକୁ ପଦାରେ ପକାଉଛି । ରାଜ୍ୟର ମହିଳା କମିଶନର ଶ୍ରୀମତୀ ଉର୍ମିଳା ମହାପାତ୍ର ଆଜି ଦେଇଥିବା ମନ୍ତବ୍ୟ ଦୁର୍ଭାଗ୍ୟଜନକ । ମା ମାନେ ଏଭଳି ଜାଗାକୁ ଝିଅ ମାନଙ୍କୁ ଛାଡିବା ଉଚିତ ନୁହେଁ ଓ ଝିଅମାନେ ନିଜ ସୁରକ୍ଷା କଥା ନିଜେ ଚିନ୍ତା କରିବା ଦରକାର ବୋଲି ସେ କହିଥିଲେ । ଏହାର ଅର୍ଥ ସରକାର ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନ ପାଇଁ ଅସମର୍ଥ ବୋଲି ସେ ସ୍ୱୀକାର କରିଛନ୍ତି । ଯଦି ରାଜ୍ୟର ବିଜେପି ସରକାର ମହିଳା ମାନଙ୍କୁ ସୁରକ୍ଷା ଦେବାରେ ଅସମର୍ଥ, ତାହେଲେ ସରକାର ଗାଦି ଛାଡ଼ନ୍ତୁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking