28.1 C
Bhubaneswar
Thursday, May 2, 2024
Homeଓଡିଶାରାଜ୍ୟରେ ରେକର୍ଡ ସଂଖ୍ୟକ ୪ଲକ୍ଷ ୧୬ ହଜାର ଟିକାକରଣ

ରାଜ୍ୟରେ ରେକର୍ଡ ସଂଖ୍ୟକ ୪ଲକ୍ଷ ୧୬ ହଜାର ଟିକାକରଣ

ଭୁବନେଶ୍ୱର : ରାଜ୍ୟରେ ଚାଲିଥିବା କୋଭିଡ୍ ଟିକାକରଣ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, ସୋମବାର ରାଜ୍ୟରେ ରେକର୍ଡ ସଂଖ୍ୟକ ଟିକାକରଣ ହୋଇଛି । ଜାନୁଆରୀ ୧୬ ତାରିଖରେ ଆରମ୍ଭ ହୋଇଥିଲା ଟିକାକରଣ । ସୋମବାର ୪ ଲକ୍ଷ ୧୬ ହଜାର ଟିକା ଦିଆଯାଇଛି ।

ବର୍ତ୍ତମାନ ସୁଦ୍ଧା ୨ କୋଟି ୮୦ ଲକ୍ଷ ଟିକାକରଣ କରାଯାଇଛି । ଏହା ଭିତରୁ ୬୬ ପ୍ରତିଶତ ପ୍ରଥମ ଡୋଜ୍ ନେଇଛନ୍ତି । ପ୍ରଥମ ଡୋଜ୍ ନେବା ପରେ ଦ୍ବିତୀୟ ଡୋଜ୍ ପାଇଁ ଡିୟୁ ହୋଇଥିବା ଲୋକମାନଙ୍କ ମଧ୍ୟରୁ ୭୨ ପ୍ରତିଶତ ସେକେଣ୍ଡ ଡୋଜ୍ ନେଇଛନ୍ତି । ୨୨ ଲକ୍ଷ ଟିକା ବର୍ତ୍ତମାନ ଆମ ପାଖରେ ମହଜୁଦ ରହିଛି । ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟରେ ପ୍ରଥମ ଡୋଜ ଟିକା ଦେବାକୁ ଚେଷ୍ଟା କରୁଛୁ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking