16.1 C
Bhubaneswar
Monday, February 9, 2026
Homeଓଡିଶାରାଜ୍ୟସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସାରା ଦେଶରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ଦିନକୁ ନେଇ ସବୁଠି ଆନନ୍ଦ, ଉତ୍ସାହ ଓ ଉଲ୍ଲାସ। ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଭୁବନେଶ୍ଵର ଗାନ୍ଧୀ ମାର୍ଗରେ ବ୍ୟାପକ ଆୟୋଜନ କରାଯାଇଛି। ୪୯ ମାର୍ଚ୍ଚିଂ କଣ୍ଟିଜେଣ୍ଟ ସହ ଡେୟାରଡେଭିଲ୍ ସୋ ପ୍ରଦର୍ଶିତ ହେବ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରି ପରେଡରେ ଅଭିବାଦନ ଗ୍ରହଣ କରିବେ। ପରେଡରେ ସାମିଲ ହେବେ ସିଆରପିଏଫ୍ , ୧୨୦ ବାଟାଲିୟନ, ଆଇଟିବିପି, ଏଏସବିଏନ୍, ଅଗ୍ନିଶମ, ଏସଓଜି ସମେତ ୫୦ ଟ୍ରୁପ୍।

ସେପଟେ କଟକରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହସହ ମିଳିତ ପରେଡ଼ର ଅଭିବାଦନ ଗ୍ରହଣ କରିବେ। ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ପୁରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଖୋର୍ଦ୍ଧାଠାରେ ପତାକା ଉତ୍ତୋଳନ କରିବେ। ସେହିପରି ମନ୍ତ୍ରୀ ସୁରେଶ ପୂଜାରୀ ସୁନ୍ଦରଗଡ଼଼, ରବି ନାରାୟଣ ନାଏକ ସୁବର୍ଣ୍ଣପୁର, ନିତ୍ୟାନନ୍ଦ ଗଣ୍ଡ କୋରାପୁଟ, କୃଷ୍ଣଚନ୍ଦ୍ର ପାତ୍ର ଜଗତସିଂହପୁର, ପୃଥ୍ବୀରାଜ ହରିଚନ୍ଦନ ଯାଜପୁର, ମୁକେଶ ମହାଲିଙ୍ଗ ରାୟଗଡ଼ା, ବିଭୁତି ଭୂଷଣ ଜେନା ଗଜପତି, କୃଷ୍ଣଚନ୍ଦ୍ର ମହାପାତ୍ର ବାଲେଶ୍ବର, ଗଣେଶ ରାମସିଂ ଖୁଣ୍ଟିଆ କେନ୍ଦୁଝର, ସୂର୍ଯ୍ୟବଂଶୀ ସୂରଜ ନୂଆପଡ଼ା, ପ୍ରଦୀପ ବଳ ସାମନ୍ତ ଢେଙ୍କାନାଳ, ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରି ଏବଂ ସମ୍ପଦ ଚନ୍ଦ୍ର ସ୍ବାଇଁ ନୟାଗଡ଼ରେ ପତାକା ଉତ୍ତୋଳନ କରିବା ସହ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଅନ୍ୟପକ୍ଷରେ କେନ୍ଦ୍ରାଞ୍ଚଳ ଆରଡିସି କେନ୍ଦ୍ରାପଡ଼ାରେ, ଦକ୍ଷିଣାଞ୍ଚଳ ଆରଡିସି ବ୍ରହ୍ମପୁରରେ ଏବଂ ଉତ୍ତରାଞ୍ଚଳ ଆରଡିସି ରାଉରକେଲାରେ ପତାକା ଉତ୍ତୋଳନ ସହ ପରେଡରେ ଅଭିବାଦନ ଗ୍ରହଣ କରିବେ। ଅନୁଗୋଳ, ବରଗଡ଼, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଏବଂ ଫୁଲବାଣୀରେ ସମ୍ପୃକ୍ତ ଜିଲାର ଜିଲାପାଳ ପତାକା ଉତ୍ତୋଳନ କରିବେ। ବାରିପଦାରେ ମୟୂରଭଞ୍ଜ ଜିଲାପାଳ ଏବଂ ଛତ୍ରପୁରରେ ଗଞ୍ଜାମ ଜିଲାପାଳ ପତାକା ଉତ୍ତୋଳନ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking