40.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ପୁଣି ୧୭୩୪ ଜଣ ପଜିଟିଭ୍ ଚିହ୍ନଟ

ଆଜି ପୁଣି ୧୭୩୪ ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୭୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୭୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର ୯୨୭ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୭୩ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ଜଣ, ଯାଜପୁର ଜିଲ୍ଲାରୁ ୩୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪ଜଣ, କନ୍ଧମାଳ ଜିଲ୍ଲାରୁ ୫୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୪୨ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୧୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୨ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୬ଜଣ ରହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking