27.1 C
Bhubaneswar
Wednesday, October 23, 2024
Homeଓଡିଶାବାତ୍ୟାରୁ ରକ୍ଷା ପାଇବା ପାଇଁ ଘରେ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ବାତ୍ୟାରୁ ରକ୍ଷା ପାଇବା ପାଇଁ ଘରେ ରୁହନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାବାସୀଙ୍କୁ ଅନୁରୋଧ କରୁଛି ସାମୁଦ୍ରିକ ବାତ୍ୟା ‘ଦାନା’ ଦ୍ବାରା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଲେକେ ନିଜର ସୁରକ୍ଷା ପାଇଁ ଘରେ ରୁହନ୍ତୁ। ନିଜେ ସୁରକ୍ଷିତ ରିହବା ସହିତ ସଜାଗ ରୁହନ୍ତୁ। ବାତ୍ୟା ନେଇ ଆଦୌ ଆତଙ୍କିତ ହୁଅନ୍ତୁ ନାହିଁ। ସରକାର ଓ ପ୍ରଶାସନ ଶତପ୍ରତିଶତ ସତର୍କ ଅଛନ୍ତି। ଏଥି ପାଇଁ କାମ କରୁଛନ୍ତି ଆମ ସରକାର ସକ୍ଷମ ଅଛନ୍ତି। ଜିରୋ କାଜୁଆଲିଟି ନେଇ ପୂର୍ବରୁ କହିସାରିଛି। ସମ୍ଭାବିତ ବାତ୍ୟା ପ୍ରଭାବିତ ସ୍ଥାନରେ ରୁହନ୍ତୁ ନାହିଁ। ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଗଣମାଧ୍ୟମକୁ ଏହା କହିଛନ୍ତି।

‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଆଜି ମନ୍ତ୍ରୀ ଓ ଆଇଏଏସ୍‌ଙ୍କୁ ଦାୟିତ୍ବ ଦେଇଛନ୍ତି।

ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତତ ରହିଛି। ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୦ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛନ୍ତି। ଏବେସୁଦ୍ଧା ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୪ଟି ଜିଲ୍ଲାରେ ୫୧ଟି ଓଡ୍ରାଫ ଟିମ୍‌, ୧୭୮ଟି ଅଗ୍ନିଶମ ବାହିନୀ ଟିମ, ୨୦ଟି ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି। ଆବଶ୍ୟକ ପଡ଼ିଲେ ଅତିରିକ୍ତ ଉଦ୍ଧାରକାରୀ ଟିମ୍‌ ମୁତୟନ କରାଯିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking