30.1 C
Bhubaneswar
Wednesday, June 26, 2024
Homeଓଡିଶାବାତ୍ୟା ପ୍ରଭାବ; ଉପକୂଳ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

ବାତ୍ୟା ପ୍ରଭାବ; ଉପକୂଳ, ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର:  ଅନ୍ୟପକ୍ଷରେ ବାତ୍ୟା ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଓଡ଼ିଶାର ଦକ୍ଷିଣ-ଉତ୍ତର ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ରହିବ । ଏହି ସମୟରେ ସମୁଦ୍ର ବହୁତ ଅଶାନ୍ତ ରହିବ । ସେଥିପାଇଁ ସମୁଦ୍ରକୁ ନଯିବାକୁ ମତ୍ସଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । କିନ୍ତୁ ଉତ୍ତର ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲ୍‌କରୁ ମଧ୍ୟମ ଧରଣର ବର୍ଷା ହେବା ସହିତ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ତାପମାତ୍ରାରେ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ତା’ପରେ ଧୀରେ ଧୀରେ ତାପମାତ୍ରା ବଢ଼ିବ । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବ । ଆଇଏମ୍‌ଡିର ଆକଳନ ଅନୁଯାୟୀ, ମେ’ ୩୧ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିବାର ସମ୍ଭାବନା ରହିଛି । ମୌସୁମୀ ବାୟୁ ଉପରେ ଏହି ବାତ୍ୟାର କିଛି ପ୍ରଭାବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking