25.8 C
Bhubaneswar
Saturday, July 27, 2024
Homeଓଡିଶାବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ଘୂର୍ଣ୍ଣିବଳୟ ନେଲା ଲଘୁଚାପର ରୂପ

ବଙ୍ଗୋପସାଗର: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ! ବାତ୍ୟାର ଆଶଙ୍କା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ  ବିଭାଗ । ଦକ୍ଷିଣ ଆଣ୍ଡାମାନ ଓ ତାର ପାର୍ଶ୍ବବର୍ତୀ ଅଂଚଳରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଲଘୁଚାପଟି  ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି।

ଲଘୁଚାପଟି  ପରବର୍ତ୍ତୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା କରାଯାଉଛି । ୨୯ ତାରିଖରେ ଅବପାତର ରୂପ ନେବା ପରେ ହିଁ ବାତ୍ୟାର ରୂପରେଖ କ’ଣ ରହିବ ତାହା ସ୍ପଷ୍ଟ ହୋଇପାରିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ  । ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୧୨ ଘଣ୍ଟାରେ ମେଘୁଆ ପାଗ ସହ ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking