22.1 C
Bhubaneswar
Friday, December 6, 2024
Homeଓଡିଶାଦୁର୍ଗାପୂଜା ପୂର୍ବରୁ ବାତ୍ୟା ଆଶଙ୍କା !

ଦୁର୍ଗାପୂଜା ପୂର୍ବରୁ ବାତ୍ୟା ଆଶଙ୍କା !

ଭୁବନେଶ୍ୱର : ଆସିବ କି ଆଉ ଏକ ବାତ୍ୟା ? ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ହୋଇଥିବା ଆକଳନ ପରେ ଏଭଳି କିଛି ଆଶଙ୍କା ବଢ଼ିଛି। ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ରହିଛି।

ସେପ୍ଟେମ୍ବର ୨୮ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ଓ ପରେ ବାତ୍ୟାର ରୂପ ନେଇପାରୋ ଏହି ସମୟରେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାରୁ ଲଘୁଚାପ ବାତ୍ୟାରେ ପରିଣତ ହେବାକୁ ପାଗ ଅନୁକୂଳ ହୋଇପାରେ।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୧୫ ଦିନ ପୂର୍ବରୁ ହୋଇଥିବା ଆକଳନରେ ଏଭଳି କିଛି ପୂର୍ବାନୁମାନ କରାଯାଇଛି। ତା’ସହ ଅନ୍ୟ କିଛି ପାଣିପାଗ ମଡେଲ୍ ବି ଏନେଇ ସୂଚନା ଦେଇଛି। ତେବେ ଏହାର ପ୍ରଭାବ ଓ ଗତିପଥ କ’ଣ ରହିବ ତାହା ଏଯାଏ ଜଣାପଡ଼ିନି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking