28.1 C
Bhubaneswar
Saturday, July 27, 2024
Homeଓଡିଶାରାକ୍ଷୀ ପୂର୍ଣ୍ଣମୀ ପାଳନ ପଛର କାହାଣୀ

ରାକ୍ଷୀ ପୂର୍ଣ୍ଣମୀ ପାଳନ ପଛର କାହାଣୀ

ଭୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।

ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ ।

ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣ ଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି । ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମଯଜ୍ଞ ମଧ୍ୟ କୁହାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking