19.1 C
Bhubaneswar
Tuesday, February 10, 2026
Homeଓଡିଶାନିଶା ବ୍ୟବସାୟୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଡିଜିପି

ନିଶା ବ୍ୟବସାୟୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଡିଜିପି

ଭୁବନେଶ୍ୱର: ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ କଠୋର ପଦକ୍ଷେପ ଗ୍ରହଣ କରୁଛି। ବିଗତ କିଛି ଦିନ ମଧ୍ୟରେ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ କରାଯାଇ ବିପୁଳ ପରିମାଣର କଫ୍‌ ସିରପ ଜବତ ସହିତ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି। ମୋଟ ୬୧ଟି ମାମଲା ରୁଜୁ କରାଯିବା ସହ ମୋଟ ୭୩,୧୮୧ ବୋତଲ ନିଶାଦ୍ରବ୍ୟ ମିଶ୍ରିତ କଫ ସିରପ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୧୮୧ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି।STF, ଭୁବନେଶ୍ୱର ସର୍ବାଧିକ ୨୬,୬୫୮ ବୋତଲ କଫ ସିରପ୍ ଜବତ କରି ଏହି ଅଭିଯାନରେ ପ୍ରମୁଖ ଭୂମିକା ଗ୍ରହଣ କରିଛି।

ସେହିପରି ସମ୍ବଲପୁର ଜିଲ୍ଲା ପୋଲିସ ୧୩ଟି ମାମଲା ରୁଜୁ କରାଯାଇ ଥିବା ବେଳେ ୧୯,୯୦୮ ବୋତଲ କଫ ସିରପ ଜବତ କରାଯାଇଛି। ବରଗଡ଼ ଜିଲ୍ଲା ପୋଲିସ ୧୭ଟି ମାମଲା ଓ ୧୨,୮୫୬ ବୋତଲ, ବଲାଙ୍ଗୀର ୧୨ଟି ମାମଲା ଓ ୫,୪୬୮ ବୋତଲ, ସୁବର୍ଣ୍ଣପୁର ଜିଲ୍ଲାରେ ୬ଟି ମାମଲା ଓ ୪୫୧ ବୋତଲ, ବୌଦ୍ଧ ଜିଲ୍ଲାରେ ୪ ଟି ମାମଲା ସହିତ ୧୮୮୬ ବୋତଲ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ୩ଟି ମାମଲା ସହିତ ୫୯୫ ବୋତଲ କଫ ସିରପ ଜବତ କରାଯାଇଛି।ସମ୍ବଲପୁର ଜିଲ୍ଲା ପୋଲିସ ୬୬ ଜଣଙ୍କୁ ଗିରଫ କରିଥିବା ବେଳେ,ବରଗଡ଼ ପୋଲିସ ୬୪, ବଲାଙ୍ଗୀର ପୋଲିସ ୨୩ , ସୁବର୍ଣ୍ଣପୁର ପୋଲିସ ୭ ଜଣ, ସୁନ୍ଦରଗଡ ୬ ଜଣ ଏବଂ କେଉଁଝର ଜିଲ୍ଲାରେ ୬ ଜଣଙ୍କୁ ଗିରଫ କରାଯାଇଛି, ଯାହା ନିଶା କାରବାର ନେଟୱର୍କକୁ ଭାଙ୍ଗିବାରେ ପୋଲିସର ତତ୍ପରତାକୁ ଦର୍ଶାଉଛି।ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସମସ୍ତ ଜିଲ୍ଲା ଏବଂ ସ୍ୱତନ୍ତ୍ର ଟାସ୍କ ଫୋର୍ସର ଏହି ସଫଳତାକୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ ଏହିପରି ଅଭିଯାନ ଜାରି ରହିବା ସହ ନିଶା ବ୍ୟବସାୟୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking