33.8 C
Bhubaneswar
Tuesday, April 14, 2026
Homeଓଡିଶାଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଝାଡ଼ାବାନ୍ତିରେ ଛାତ୍ରୀଙ୍କ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ରାସଗୋବିନ୍ଦପୁର: ଦୁଇ ଦିନ ତଳେ ସକାଳେ ପଖାଳ ଭାତ ଓ ଆଳୁ ଚଟଣୀ ଖାଇବା ପରେ ଝାଡ଼ାବାନ୍ତି ହେବାରୁ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ୍‌ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲର ପ୍ରାୟ ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଆଜି ସକାଳେ ଜଣେ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତ ଛାତ୍ରୀଙ୍କ ନାଁ ରୂପାଲି ବେସ୍ରା। ସେ ୫ମ ଶ୍ରେଣୀରେ ପଢୁଥିଲେ।କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ୨୨୦ରୁ ଅଧିକ ଛାତ୍ରଛାତ୍ରୀ ରହୁଥିବା ବେଳେ ଗତ ରବିବାର ସକାଳେ ପଖାଳ ଓ ଆଳୁ ଚଟଣୀ ଖାଇଥିଲେ। ଏହା ପରେ ସେମାନଙ୍କ ମଧ୍ୟରୁ ପ୍ରାୟ ୧୫୦ ଜଣଙ୍କୁ ଝାଡ଼ାବାନ୍ତି ହୋଇଥିଲା। କେତେ ଜଣଙ୍କୁ ଝାଡ଼ାବାନ୍ତି ସହିତ ଜ୍ୱର ମଧ୍ୟ ହୋଇଥିଲା।ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ରାସଗୋବିନ୍ଦପୁର ଡାକ୍ତରଖାନାକୁ ନିଆଯାଇଥିଲା। ବହୁ ଛାତ୍ରଛାତ୍ରୀ ସେଠାରେ ସୁସ୍ଥ ହୋଇଯାଇଥିବା ବେଳେ ଗତକାଲି ପ୍ରାୟ ୫୦ ଜଣଙ୍କୁ ବାରିପଦା ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେମାନଙ୍କ ମଧ୍ୟରେ ଥିଲେ ରୂପାଲି। ତେବେ ତାଙ୍କ ଅବସ୍ଥା ଅଧିକ ଜଟିଳ ଥିବାରୁ ତାଙ୍କୁ ଗତକାଲିଠାରୁ ଆଇସିୟୁରେ ରଖାଯାଇଥିଲା। ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଯାଇଛି। ଏହା ପରେ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking