22.1 C
Bhubaneswar
Thursday, February 12, 2026
Homeଓଡିଶାବିରୂପା ନଦୀକୁ ଡେଇଁ ଛାତ୍ର ନିଖୋଜ

ବିରୂପା ନଦୀକୁ ଡେଇଁ ଛାତ୍ର ନିଖୋଜ

କଟକ : ଆଜି ସକାଳେ କଟକ  ବିରୂପା ନଦୀକୁ ଡେଇଁ ପଡ଼ି ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି । ଏପର୍ୟ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ନିଖୋଜ ଛାତ୍ର ହେଲେ ଚୌଦ୍ୱାର ୧୨ ନଂ ୱାର୍ଡର ପ୍ରଦୀପ କୁମାର ଦାସ। ସେ ଯୁକ୍ତ ୩ରେ ପଢ଼ୁଥିଲେ। ଆଜି ସକାଳେ ଛାତ୍ର ଜଣଙ୍କ ବିରୂପା ବ୍ରିଜ ଉପରେ ସାଇକେଲ ମୋବାଇଲ ବ୍ୟାଗ୍ ରଖି ନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କ ସହ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।ଅଗ୍ନିଶମ ବାହିନୀ ପହଞ୍ଚି ଛାତ୍ରଙ୍କୁ ଖୋଜାଖୋଜି କରୁଛି। ପରିବାର ଲୋକେ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି।ତେବେ ଛାତ୍ର ଜଣଙ୍କ କେଉଁ କାରଣ ପାଇଁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ, ଏହା ପଛରେ କ’ଣ କାରଣ ରହିଛି ତାହା ଜଣାପଡ଼ିନାହିଁ। ଛାତ୍ର ଜଣଙ୍କ ଘରୁ ରାଗି କରି ଆସି ଏପରି ପଦକ୍ଷେପ ନେଇଥିବା କୁହାଯାଉଛି। ହେଲେ ପ୍ରକୃତ କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking