ଭୁବନେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ଏମ୍ସରେ ପୀଡିତାଙ୍କ ଡାଏଲିସିସ୍ ଆରମ୍ଭ ହୋଇଛି । ଦିଲ୍ଲୀ ଏମ୍ସର ପରାମର୍ଶ କ୍ରମେ ଚାଲିଛି ଚିକିତ୍ସା । ପୀଡିତାଙ୍କ ସୁଗାର ଲେବଲ ଉପରେ ଦୃଷ୍ଟି ରଖାଯାଇଛି । ହେମୋଡାଇନାମିକ ମନିଟରିଂ କରାଯାଉଛି । ଭିଡିଓ କନଫେରେନ୍ସରେ ନିଆଯାଇଥିଲା ଦିଲ୍ଲୀ ଏମ୍ସର ମତାମତ । ପୀଡିତାଙ୍କ ପୋଟାସିୟମ ସ୍ତର ବହୁତ କମିଯାଇଛି । କିଡନୀ କାମ କରୁନଥିବାରୁ ପରିସ୍ରା ହେଉନି । ୯୮% ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡିତା । ସ୍ୱାସ୍ଥ୍ୟାବସ୍ଥା ଜଟିଳ ଥିବା ପରିବାରକୁ କୁହାଯାଇଛି ।










