31.1 C
Bhubaneswar
Friday, February 13, 2026
Homeଓଡିଶାପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀରେ ଯୋଗ ଦେଲେ ଛାତ୍ର ଛାତ୍ରୀ

ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀରେ ଯୋଗ ଦେଲେ ଛାତ୍ର ଛାତ୍ରୀ

ଯାଜପୁର: ଯାଜପୁର ପିଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ନୂତନ ଶିକ୍ଷାବର୍ଷର ପ୍ରଥମ ଶ୍ରେଣୀରେ ଯୋଗ ଦେଇଥିବା ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦ୍ୟା ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରାଚାର୍ଯ୍ୟ ଶ୍ରୀ ସଞ୍ଜୟଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ନୂତନ ଭାବେ ଆଡ଼ମିସନ ନେଇଥିବା ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟକୁ ସ୍ୱାଗତ କରାଯାଇଥିଲା। ପରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ବିଦ‍୍ୟାପ୍ରବେଶ ରେ ପି. ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଯାଯପୁର ଭାରପ୍ରାପ୍ତ ଶିକ୍ଷୟତ୍ରୀ ମୋନାଲିସା ବେହେରା, ସୁଧାଶୁଂ କର ଏବଂ ଅନ୍ୟ ଶିକ୍ଷକ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅବିଭାବକ ମଧ୍ୟରେ ଥିବା ସମ୍ପର୍କ ସବୁବେଳେ ପରିପୁରକ ବୋଲି ମତବ୍ୟକ୍ତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରଥମ ଶ୍ରେଣୀର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସେମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଭୁବନ ମୋହନ ସାହୁ ବିଦ୍ୟାଳୟର ନୀତି ସମ୍ପର୍କରେ ଅବିଭାବକ ମାନଙ୍କୁ ଅବଗତ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଭିନ୍ନ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking