32.1 C
Bhubaneswar
Tuesday, April 28, 2026
Homeଓଡିଶାସୁଭଦ୍ରା: ମାର୍ଚ୍ଚ ୩୧ ଆବେଦନ ଶେଷ

ସୁଭଦ୍ରା: ମାର୍ଚ୍ଚ ୩୧ ଆବେଦନ ଶେଷ

ଭୁବନେଶ୍ୱର: ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନ, ସୁଭଦ୍ରା ମ୍ୟାଜିକ ନମ୍ବର କୋଟିଏରୁ ଉର୍ଦ୍ଧ୍ୱ ଛୁଇଁଛି। କୋଟିଏ ମହିଳାଙ୍କୁ ସୁଭଦ୍ରା ମିଳିବା ଗୋଟିଏ ଇତିହାସ। ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ । ଚଳିତମାସ  ୬ ତାରିଖରେ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା।  ଏହି ପର୍ଯ୍ୟାୟରେ ଲକ୍ଷେ ୭୦ ହଜାର ମହିଳା ସୁଭଦ୍ରା ଟଙ୍କା ପାଇବେ । ସେହିଭଳି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ  ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ। ହିତାଧିକାରୀଙ୍କୁ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ  ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳି ସାରିଛି। ଏବେ  ୬ ତାରିଖରେ  ୫ ପର୍ଯ୍ୟାୟ ଟଙ୍କା ମିଳିବ। ଚଳିତ ବର୍ଷ ମହିଳା ହିତାଧିକାରୀମାନେ ୩ ଥର ପାଇବେ ସୁଭଦ୍ରା ଟଙ୍କା। ମାର୍ଚ୍ଚ ୮ ଓ ରକ୍ଷା ବନ୍ଧନରେ ବି ସୁଭଦ୍ରା ଟଙ୍କା ମିଳିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking