ଭୁବନେଶ୍ୱର: ଆସନ୍ତାକାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଚତୁର୍ଥ କିସ୍ତିର ଟଙ୍କା ଆସନ୍ତା କାଲି ମିଳିବାକୁ ଯାଉଛି । ପୁରୀର ତାଳବଣିଠାରେ ଏକ ବିଶାଳ କାର୍ଯ୍ୟକ୍ରମ ହେବାକୁ ଯାଉଛି । ସେଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିବେ । କୋଟିଏ ୨ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ୫ ହଜାର କୋଟିରୁ ଅଧିକ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ । ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା । ଯେଉଁମାନଙ୍କୁ ୨୧ ହେବ ସାମିଲ , ୬୦ ଟପିଲେ ପେନସନ ଲିଷ୍ଟକୁ ଯିବ । ପୂର୍ବରୁ ତିନୋଟି କିସ୍ତିରେ ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଦିଆଯାଇଛି ।










