27.1 C
Bhubaneswar
Wednesday, February 4, 2026
Homeଓଡିଶାନୂଆ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ନୂଆ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମିଳିଲା ସୁଭଦ୍ରା ଟଙ୍କା । ନୂଆ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା । ୪ ଲକ୍ଷ ୫୭ ହଜାରରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୂଆ ୧ ଲକ୍ଷ ୭୮ ହଜାର ୩୯୮ ଜଣ ହିତାଧିକାରୀ ଟଙ୍କା ପାଇଲେ । ସୂଚନାଥାଉକି ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି । ଅଭିଯୋଗ ଶୁଣାଣି ପରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିବା ନେଇ ଉପ-ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇଲେ । ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ପରେ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ସୂଚନା ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking