17.1 C
Bhubaneswar
Tuesday, December 9, 2025
Homeଓଡିଶାସୁଭଦ୍ରା “ୱେବ ପୋର୍ଟାଲ” ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା “ୱେବ ପୋର୍ଟାଲ” ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ସୁଭଦ୍ରା ଯୋଜନାର ୱେବ ପୋର୍ଟାଲର ଶୁଭାରମ୍ଭ ହୋଇଛି | ଏହି ୱେବ ପୋର୍ଟାଲର ଲିଙ୍କହେଲା www.subhadra.odisha.gov.in

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୱେବ ପୋର୍ଟାଲର ଶୁଭାରମ୍ଭ କରି କହିଛନ୍ତି ଯେ

ସୁଭଦ୍ରା ଯୋଜନା ଏକ ଯୁଗାନ୍ତକାରୀ ଯୋଜନା।
ଆପଣମାନେକୌଣସିfake ୱେବସାଇଟ ଦ୍ଵାରା ଭ୍ରମିତ ହୁଅନ୍ତୁ ନାହିଁ |
ସୁଭଦ୍ରାଯୋଜନାସମ୍ବନ୍ଧରେଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି ।
ଏହା ଦ୍ଵାରା ଆପଣମାନେ ସହଜରେ, ସୁବିଧାରେ, ସବୁଠାରେ ସୁଭଦ୍ରା ବିଷୟରେ ପଢିପାରିବେ ଓ ବୁଝିପାରିବେ| ଏହାର ଉପାଦାନ ଉଭୟ ଓଡିଆ ଓ ଇଂରାଜୀ ଭାଷାରେ ପ୍ରଦତ୍ତ ଅଛି |
ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦ୍ଵାୟିତ୍ଵ ସହ ବାରମ୍ବାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି|
ସୁଭଦ୍ରା ସମ୍ବନ୍ଧୀୟ ଆପଣମାନଙ୍କ ମନରେ ଆସୁଥିବା ଯେକୌଣସି ପ୍ରଶ୍ନର ଉତ୍ତର ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |
ସୁଭଦ୍ରା ଯୋଜନା ସମ୍ବନ୍ଧୀୟ କୌଣସି ନୂଆ ଘୋଷଣା ଆପଣ ଏହି ୱେବ ପୋର୍ଟାଲରେ ପାଇପାରିବେ |
ଆଉ କିଛି ଜାଣିବାକୁ ହେଲେଆପଣ ଟୋଲ ଫ୍ରୀ ନମ୍ବର -୧୪୬୭୮ ରେ କଲ କରିବେ |ଏହି ଟୋଲ ଫ୍ରୀ ନମ୍ବର ସକାଳ ୬ରୁ ରାତି ୧୦ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ |
ଏହି ଫର୍ମ ସମ୍ପୂର୍ଣ୍ଣ ମାଗଣାରେ ଯଥେଷ୍ଟ ପରିମାଣରେ ଉପଲବ୍ଧ ରହିବ |
ପୂରଣ ହୋଇଥିବା ଫର୍ମ ସହିତ ଅବେଦନକାରୀଙ୍କୁ କେବଳ ଆଧାର କାର୍ଡର ନକଲ ଦାଖଲ କରିବାକୁ ହେବ |
ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଓ ଜିଲ୍ଲାପାଳଙ୍କ ନିର୍ଦ୍ଦେଶାନୁସାର ନିରୂପଣ କରାଯାଇଥିବା ନିର୍ଦ୍ଦିଷ୍ଟ ସ୍ଥାନ ଓ କାର୍ଯ୍ୟଳୟରେ ୪ ସେପ୍ଟେମ୍ବର ଅପରାହ୍ନରୁ ଫର୍ମ ସଂଗ୍ରହଆରମ୍ଭ କରାଯିବ | ଏହି ଫର୍ମ ଦାଖଲ ସମ୍ପୂର୍ଣ୍ଣ ମାଗଣା ହେବ | ସରକାରଙ୍କ ଅନୁମୋଦନ କ୍ରମେ ଚଳିତ ବର୍ଷର ରାକ୍ଷୀ ପୁର୍ଣ୍ଣିମା କିସ୍ତି ସେପ୍ଟେମ୍ବର ୧୭ ତାରିଖରେ ଦେବା ଆରମ୍ଭ କରାଯିବ | ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିଲା ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଜାରି ରହିବ | ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଶା ବାନାର୍ଜୀ ଓ ଅନ୍ୟଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking