40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗପୁଣି ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ

ପୁଣି ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର: ପୁଣି ବିଧାନସଭା ନିକଟରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି । ବିଧାନସଭା ନିକଟ ଜୟଦେବ ଭବନ ସାମ୍ନାରେ ଆତ୍ମାହୁତି ଉଦ୍ୟମ ସେ କରିଛନ୍ତି । ଦେହରେ ପେଟ୍ରୋଲ ଢାଳିବା ବେଳେ ପୋଲିସ ତାଙ୍କୁ କାବୁ କରି ନେଇଛି । ତେବେ ମହିଳା ଜଣକ ଜଗତସିଂହପୁର କୁଜଙ୍ଗ ଅଂଚଳର ହୋଇଥିବା ସୂଚନା ମିଳିଛି । କାଲି ମଧ୍ୟ ଜଣେ ବ୍ୟକ୍ତି ବିଧାନସଭା ସାମ୍ନାରେ ଆତ୍ମାହୁତି ଉଦ୍ୟମ କରିଥିଲେ । ସମ୍ପୃକ୍ତ ବ୍ୟକ୍ତିଙ୍କ ଘର ହଂସପାଳ ଅଞ୍ଚଳର ବୋଲି ସୂଚନା ମିଳିଥିଲା । ତେବେ ମଞ୍ଚେଶ୍ୱର ଥାନା କିଛି ଶୁଣୁନଥିବା ପ୍ରତିବାଦରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସଂପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲା । ପାରିବାରିକ କଳିକୁ ନେଇ ସେ ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ । ତାଙ୍କୁ ଅନ୍ୟମାନେ ହତ୍ୟା ଉଦ୍ୟମ କରୁଥିବା ସେ ଅଭିଯୋଗ କରିଥିଲେ । ତେବେ ପୋଲିସ କିଛି ଶୁଣୁନଥିବା ପ୍ରତିବାଦରେ ଆଜି ସଂପୃକ୍ତ ବ୍ୟକ୍ତି ଆତ୍ମାହୁତି ଉଦ୍ୟମ କରିଥିଲେ । ପେଟ୍ରୋଲ ଧରି ଆତ୍ମାହୁତି ଉଦ୍ୟମ ବେଳେ ତାଙ୍କୁ ପୋଲିସ ଉଦ୍ଧାର କରିଥିଲା । 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking