39.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗସମ୍ କୋଭିଡ ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କଲେ ୯୬ ଓ ୮୮ ବର୍ଷର ଦମ୍ପତି

ସମ୍ କୋଭିଡ ହସ୍ପିଟାଲ୍‌ରେ କରୋନାକୁ ପରାସ୍ତ କଲେ ୯୬ ଓ ୮୮ ବର୍ଷର ଦମ୍ପତି

ଭୁବନେଶ୍ୱର, ୧୬ /୧୧: ଏକା ସଂଗେ କରୋନା ସଂକ୍ରମିତ ହେଲେ, ଏକା ସଂଗେ ଏହି ମହାମାରୀକୁ ପରାସ୍ତ ମଧ୍ୟ କଲେ ବୟୋଜ୍ୟେଷ୍ଠ ଦମ୍ପତି । ୯୬ ଓ ୮୮ ବର୍ଷର ଦମ୍ପତି ସମ୍ କୋଭିଡ ହସ୍ପିଟାଲ୍‌ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୯୬ ବର୍ଷୀୟ ବୈଦ୍ୟନାଥ ପରିଡା ଓ ତାଙ୍କ ପତ୍ନୀ ୮୮ ବର୍ଷୀୟା ଶକୁନ୍ତଳା ପରିଡା ଏକା ସାଙ୍ଗରେ କରୋନା ସଂକ୍ରମିତ ହୋଇଥିବା ବେଳେ ସମ୍ କୋଭିଡ ହସ୍ପିଟାଲ୍‌ରେ ଉତମ ଚିକିତ୍ସା ପାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଗତ ନଭେମ୍ବର ୭ ତାରିଖରେ କରୋନା ସଂକ୍ରମିତ ହେବା ପରେ ଏହି ଦମ୍ପତିଙ୍କୁ ସମ୍ କୋଭିଡ ହସ୍ପିଟାଲ୍‌ରେ ଭର୍ତି କରାଯାଇଥିଲା । ବୟସାଧିକ୍ୟ କାରଣରୁ ଉଭୟଙ୍କର ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗ ଭଳି ସମସ୍ୟା ରହିଥିଲା । କରୋନା ସଂକ୍ରମିତ ହେବା ପରେ ଜ୍ୱର ଏବଂ କାଶ ମଧ୍ୟ ହେଉଥିଲା । ତେବେ ସମ୍ କୋଭିଡ ଟିମ୍‌ର ଚିକିତ୍ସା ଓ ଯତ୍ନ ଫଳରେ ଦମ୍ପତି ସୁସ୍ଥ ହୋଇ ଏକା ସଂଗରେ ଘରକୁ ଫେରିଛନ୍ତି । ଘରକୁ ଫେରିବା ସମୟରେ ଉଭୟ ବୈଦ୍ୟନାଥ ଓ ଶକୁନ୍ତଳା ସମ୍ କୋଭିଡ ହସ୍ପିଟାଲ୍‌କୁ ପ୍ରଶଂସା କରିବା ସହ ତାଙ୍କୁ ଚିକିତ୍ସା କରିଥିବା କୋଭିଡ ଟିମ୍‌କୁ କୃତଜ୍ଞତା ଜଣାଇଛନ୍ତି ।
ସେହିପରି କେନ୍ଦ୍ରାପଡାର ଗନ୍ଧର୍ବ ଚରଣ ସାହୁ (୭୩) ମଧ୍ୟ କୋଭିଡ ଆକ୍ରାନ୍ତ ହୋଇ ସମ୍ କୋଭିଡ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ସୁସ୍ଥତା ଲାଭ କରିଛନ୍ତି । ଚିକିତ୍ସା ସହିତ ସ୍ନେହ, ଆଦର ଓ ଯତ୍ନ ଯୋଗୁ ଁ ସେ ସୁସ୍ଥ ହୋଇଛନ୍ତି ବୋଲି କହି ସମ୍ କୋଭିଡ ଟିମ୍‌ର ସେ ଉଚ୍ଚ ପ୍ରଶଂସା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking