ଭୁବନେଶ୍ୱର, : ଉପଯୁକ୍ତ ଉତମ ଚିକିତ୍ସା, ଯତ୍ନ ଓ ସେବା ଫଳରେ ସମ୍ କୋଭିଡ୍
ହସ୍ପିଟାଲରୁ ନିୟମିତ ଭାବେ ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ
ପୁଣି ଜଣେ ବୟୋଜ୍ୟେଷ୍ଠା ମହିଳା ଏହି ମାରାତ୍ମକ ଭାଇରସ୍କୁ ପରାସ୍ତ କରିଛନ୍ତି ।
ଢେଙ୍କାନାଳର ୮୬ ବର୍ଷୀୟା ଶ୍ରୀମତି ନିରୁପମା ମହାପାତ୍ର କରୋନା ସଂକ୍ରମିତ ହୋଇ ସମ୍ କୋଭିଡ
ହସ୍ପିଟାଲ୍ରେ ଭର୍ତି ହୋଇଥିଲେ । ତାଙ୍କର ମଧୁମେହ ଓ ଉଚ୍ଚ ରକ୍ତଚାପ ଭଳି ଶାରୀରିକ ଅସୁସ୍ଥତା ଥିଲା ।
କରୋନା ପଜିଟିଭ ହେବା ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ । ମାତ୍ର ହଠାତ୍ ସ୍ୱାସ୍ଥ୍ୟବସ୍ଥା ଖରାପ
ହୋଇ ପଡ଼ିବାରୁ ପ୍ରଥମେ ଢେଙ୍କାନାଳ ସରକାରୀ ହସ୍ପିଟାଲ୍ରେ ଭର୍ତି ହୋଇଥିଲେ । ତେବେ କିଛି ସମୟ
ମଧ୍ୟରେ ଢେଙ୍କାନାଳରୁ ତାଙ୍କୁ ଭୁବନେଶ୍ୱର ସମ୍ କୋଭିଡ ହସ୍ପିଟାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା ।
ସମ୍ କୋଭିଡ ହସ୍ପିଟାଲ୍ରେ ଏହି ବୟସ୍କା ମହିଳାଙ୍କର ଉତମ ଯତ୍ନ ନେଇଥିଲେ ଡାକ୍ତର ଓ ନର୍ସମାନେ । ସମ୍
କୋଭିଡ ଟିମ୍ର ସଫଳ ଚିକିତ୍ସା ଫଳରେ ଶ୍ରୀମତି ମହାପାତ୍ର ସୁସ୍ଥ ହୋଇ ନିଜ ଗୃହକୁ ଫେରିଯାଇଛନ୍ତି ।
ମା’ ସୁସ୍ଥ ହେବା ପରେ ସମ୍ କୋଭିଡ ଟିମ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପୁଅ ଶ୍ରୀ ଇତିକାନ୍ତ
ମହାପାତ୍ର ।