36.1 C
Bhubaneswar
Sunday, May 19, 2024
Homeଓଡିଶା*ସମ ଅଲ୍ଟିମେଟ ମେଡିକେଆର ରେ ଓଡିଶାର ପ୍ରଥମ ବ୍ଲାକ ଫଙ୍ଗସ ରୋଗୀ*

*ସମ ଅଲ୍ଟିମେଟ ମେଡିକେଆର ରେ ଓଡିଶାର ପ୍ରଥମ ବ୍ଲାକ ଫଙ୍ଗସ ରୋଗୀ*

ଭୁବନେଶ୍ୱର, :ରାଜ୍ୟରେ ପ୍ରଥମ   ମାରାତ୍ମକ ବ୍ଲାକ ଫଙ୍ଗସ  ରୋଗୀ ସମ୍ ଅଲ୍ଟିମେଟ୍ ରେ ଚିହ୍ନଟ ହୋଇଛି |

ରୋଗର ବିଭିନ୍ନ ଲକ୍ଷଣ ପ୍ରକାଶ ପାଇବା ପରେ ସମ୍ପୃକ୍ତ ରୋଗୀ ଜଣକ ସମମ ର ଇଏନଟି ଓ ସ୍କଲ ବେସ ସର୍ଜରୀ ବିଭାଗର ମୁଖ୍ୟ ଡାକ୍ତର ରାଧାମାଧବ ସାହୁଙ୍କ ନିକଟକୁ ଚିକିତ୍ସା ପାଇଁ ଆସିଥିଲେ। ବିଭିନ୍ନ ପରୀକ୍ଷା ନିରୀକ୍ଷା ପରେ ସେ Mucromycosis ବା ବ୍ଲାକ ଫଂଗସ ସଂକ୍ରମିତ ଥିବା ଜଣାପଡିଛି | ସମ ଆଲଟିମେଟ ରେ ଡାକ୍ତର ସାହୁ ଓ ତାଙ୍କ ଟିମ ଚିକିତ୍ସା ଜାରି ରଖିଛନ୍ତି |

ଏ ନେଇ ସ୍ୱାସ୍ଥ୍ୟ ବିଭାଗ ମଧ୍ୟ ଏକ ଇସ୍ତାହାର ଦ୍ଵାରା ସ୍ପଷ୍ଟ କରିଛି। ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଅଛି ।

୭୧ ବର୍ଷ ବୟସ୍କ ଏହି ରୋଗୀ ମଧ୍ୟ ଉଚ୍ଚ ମଧୁମେହ ରୋଗରେ ପୀଡ଼ିତ । ଗତ ୨୦ ତାରିଖରେ ତାଙ୍କଠାରେ କୋଭିଡ୍ ଚିହ୍ନଟ ହୋଇଥିଲା ଓ ସେ ଘରେ ସଂଗରୋଧ ରେ ଥିଲେ। ତାଙ୍କର ଆଖି ହଠାତ୍ ଫୁଲିବାରୁ ଏବଂ ନାକରୁ କଳା ପାଣି ବୋହିବାରୁ ସେ ସମମ କୁ ଚିକିତ୍ସା ପାଇଁ ଶନିବାର ଦିନ ଆସିଥିଲେ । ପରୀକ୍ଷାରୁ ତାଙ୍କଠାରେ ବ୍ଲାକ୍ ଫଙ୍ଗସ୍ ରୋଗର ଲକ୍ଷଣ ଦେଖିବାକୁ ମିଳିଛି ।

ଘରେ ସେ ଏକ ଅବ୍ୟବହୃତ ଏୟାର କୁଲର୍ ବ୍ୟବହାର କରିଥିଲେ ଓ ଏହାର ପାଣି ମଧ୍ୟ ବଦଳା ଯାଇନଥିଲା। ଏଥିରୁ ସଂକ୍ରମଣ ହୋଇଥିବା ସନ୍ଦେହ  କରାଯାଉଛି ।

ତେବେ ରୋଗୀଙ୍କ ନମୁନାକୁ ଅଧିକ ପରୀକ୍ଷା ନିମନ୍ତେ ପଠାଯାଇଥିବା ସରକାରୀ ଇସ୍ତାହାରରେ କୁହାଯାଇଛି।

 

ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସାହୁଙ୍କ  ମତରେ, କରୋନାକୁ ହରାଇଥିବା ଡାଇବେଟିସ୍, କର୍କଟ, ହୃଦରୋଗୀ ଓ କିଡନୀ ରୋଗୀଙ୍କର ରୋଗ ପ୍ରତିରୋଧକ ଶକ୍ତି କମ ଥିଲେ ବ୍ଲାକ୍ ଫଙ୍ଗସ୍ ଆକ୍ରମଣର ସମ୍ଭାବନା ରହୁଛି । ବ୍ଲାକ୍ ଫଙ୍ଗସ୍ ହେଲେ ଆଖି ନାଲି ପଡ଼ି ଫୁଲିଯାଏ, ମୁଣ୍ଡ ବିନ୍ଧେ,  ନାକରୁ କଳାରଙ୍ଗର ପାଣି ବାହାରେ ଏବଂ ପାଟିରେ ଯନ୍ତ୍ରଣା ହୁଏ । ପ୍ରାରମ୍ଭିକ ଅବସ୍ଥାରେ ଏହାର ଚିକିତ୍ସା କରିବା ନିହାତି ଦରକାର  ବୋଲି ଡାକ୍ତର ସାହୁ କହିଛନ୍ତି |

ସରକାରୀ ଇସ୍ତାହାର ରେ ରୋଗୀ ମଧୁମେହ ରୋଗରେ ପୀଡ଼ିତ ଥିବାରୁ Mucromycosis ରେ ସଂକ୍ରମିତ ହୋଇଥିବା ସମ୍ଭବ ବୋଲି କୁହାଯାଇଛି। ସେ ପୁରୁଣା ଏୟାର କୁଲାର ବ୍ୟବହାର କରି ସଂକ୍ରମିତ ହୋଇଥାଇ ପାରନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking