37.1 C
Bhubaneswar
Friday, May 17, 2024
Homeଓଡିଶା*ସମ କୋଭିଡ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୯ ବର୍ଷୀୟ ବୃଦ୍ଧ*

*ସମ କୋଭିଡ ହସ୍ପିଟାଲରେ କରୋନାକୁ ପରାସ୍ତ କଲେ ୯୯ ବର୍ଷୀୟ ବୃଦ୍ଧ*

 

ଭୁବନେଶ୍ୱର, : କରୋନା ବିରୁଦ୍ଧ ଯୁଦ୍ଧରେ ବିଜୟୀ ହେଉଛନ୍ତି ବୟୋଜ୍ୟେଷ୍ଠ | ସମ କୋଭିଡ ହସ୍ପିଟାଲରୁ ସୁସ୍ଥ ହେଉଛନ୍ତି ଜଣକ ପରେ ଜଣେ ବରିଷ୍ଠ ନାଗରିକ | ଏହି କ୍ରମରେ ବୁଧବାର ଜଣେ ୯୯ ବର୍ଷୀୟ ବୃଦ୍ଧ କରୋନା ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

 

ଭୁବନେଶ୍ୱର ସହିଦନଗର  ଅଂଚଳର    ମୁରଲୀଧର ଦାସ କୋଭିଡ ସଂକ୍ରମିତ ହୋଇ ଗତ ମେ ୯ ତାରିଖରେ ସମ କୋଭିଡ ହସ୍ପିଟାଲରେ ଭର୍ତି ହୋଇଥିଲେ | ତେବେ ସମ କୋଭିଡ ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା କର୍ମଚାରୀଙ୍କ ଉତ୍ତମ ଚିକିତ୍ସା, ସେବା ଓ ଯତ୍ନ ଫଳରେ ସେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

 

ମୁରଲୀଧରଙ୍କର ପାର୍କିନ୍ସନ, ଉଚ୍ଚ ରକ୍ତଚାପ, ମଧୁମେହ ଭଳି ଅନେକ ସ୍ୱାସ୍ଥ୍ୟଗତ ସମସ୍ୟା ରହିଥିବା ବେଳେ ଆଗରୁ ବ୍ରେନଷ୍ଟ୍ରୋକ ମଧ୍ୟ ହୋଇସାରିଛି |

 

କୋଭିଡ ଆକ୍ରାନ୍ତ ହେବା ପରେ ସେ ଠିକ ଭାବେ କଥା ମଧ୍ୟ କହି ପାରୁନଥିଲେ |

 

ତେଣୁ ଏହି ବୟୋଜ୍ୟେଷ୍ଠଙ୍କର ନିଷ୍ଠା ଓ ଯତ୍ନର ସହ ସେବା କରିଥିଲେ ସମ କୋଭିଡ ର ଡାକ୍ତର ଓ ନର୍ସ |

ଦୀର୍ଘ ୧୧ ଦିନ ମଧ୍ୟରେ ତାଙ୍କ ସହ ଏକ ଅନାବିଳ ସମ୍ପର୍କ ସୃଷ୍ଟି  ହୋଇଯାଇଥିଲା ବୋଲି କହିଛନ୍ତି ହସ୍ପିଟାଲର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ |

ମୁରଲୀଧର ହସ୍ପିଟାଲରୁ ଡିସ୍ଚାର୍ଜ ହେବା ସମୟରେ ବେଶ ଆନନ୍ଦିତ ଥିଲେ। ସେ ଯିବା ସମୟରେ ଏକ ଭାବବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା |

 

କୋଭିଡର ଦ୍ଵିତୀୟ ଲହରୀ  ସମୟରେ ଭୁବନେଶ୍ୱରର  ୯୦ ଓ ୯୮ ବର୍ଷୀୟା ଦୁଇ ଜଣ ବୃଦ୍ଧା ସମ କୋଭିଡ ହସ୍ପିଟାଲ ରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking