33.1 C
Bhubaneswar
Saturday, April 27, 2024
Homeଓଡିଶା*ସମରେ ବିରଳ  ଅସ୍ତ୍ରୋପଚାର,* *୧୨ ଦିନର ଶିଶୁର ଜୀବନ ବଂଚାଇଲେ ଡାକ୍ତର*

*ସମରେ ବିରଳ  ଅସ୍ତ୍ରୋପଚାର,* *୧୨ ଦିନର ଶିଶୁର ଜୀବନ ବଂଚାଇଲେ ଡାକ୍ତର*

ଭୁବନେଶ୍ୱର, :  ଏକ ଜଟିଳ ଅସ୍ତ୍ରୋପଚାର ଦ୍ୱାରା ବିରଳ   ଜନ୍ମଗତ ତ୍ରୁଟି ଥିବା ମାତ୍ର ୧୨ ଦିନର ନବଜାତ ଶିଶୁର ଜୀବନ ବଂଚାଇବାରେ ସକ୍ଷମ ହୋଇପାରିଛନ୍ତି ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ ହସ୍ପିଟାଲର ଡାକ୍ତର |

 

ଶିଶୁଟିର ଜନ୍ମରୁ ହିଁ ନିଶ୍ୱାସ ନେବାରେ ସମସ୍ୟା ରହିଥିଲା | ଶିଶୁ ଶରୀରର ଛାତି ଓ ପେଟ ମଧ୍ୟରେ ଥିବା ଡାୟାଫ୍ରାମ ରେ ଏକ ବଡ଼ ଛିଦ୍ର ଥିବା ଯୋଗୁଁ  ଏଭଳି ସମସ୍ୟା ଦେଖାଦେଇଥିଲା | ଏହା ଏକ ଜନ୍ମଗତ ତ୍ରୁଟି ହୋଇଥିବା ବେଳେ ତଳିପେଟରେ ଥିବା ଅନ୍ତ୍ର ଇତ୍ୟାଦି ଛାତିକୁ ଚାଲିଯାଉଥିଲା ବୋଲି ଏହି ବିରଳ ଅସ୍ତ୍ରୋପଚାର ସମ୍ପାଦନ କରିଥିବା ହସ୍ପିଟାଲର ପେଡ଼ିଆଟ୍ରିକ ସର୍ଜରୀ ବିଭାଗର ଆସୋସିଏଟ ପ୍ରଫେସର ଡାକ୍ତର ଅନ୍ତର୍ଯ୍ୟାମୀ ପ୍ରଧାନ ସୂଚନା ଦେଇଛନ୍ତି |

 

ଡକ୍ଟର ପ୍ରଧାନ କହିଛନ୍ତି ଯେ ସମ କୁ ଆସିବା ପୂର୍ବରୁ ଶିଶୁଟିର ୧୦ ଦିନ ଧରି ବାହାରେ ଚିକିତ୍ସା ହୋଇଥିଲେ ମଧ୍ୟ ହସ୍ପିଟାଲ କୁ ଆସିବା ସମୟରେ ତାର ଅବସ୍ଥା ଖୁବ ସଙ୍କଟାପନ୍ନ ଥିଲା | ମେ ୧୦ ତାରିଖ ଦିନ ହସ୍ପିଟାଲରେ ଭର୍ତି ହେବା ସମୟରେ ସେ ନିଶ୍ୱାସ ନେବାରେ ଖୁବ କଷ୍ଟ ଅନୁଭବ କରୁଥିଲା ବୋଲି ଡକ୍ଟର ପ୍ରଧାନ କହିଛନ୍ତି |

 

ଶିଶୁଟିର ଅମ୍ଳଜାନ ସ୍ତର ୪୦ ପ୍ରତିଶତକୁ ଖସିଆସିଥିବାରୁ ଏଭଳି ପରିସ୍ଥିତିରେ ଶିଶୁର ଜୀବନ ବଞ୍ଚାଇବା ଏକ ଚାଲେଞ୍ଜ ଆହ୍ବାନ କରିଥିଲା |

ଶିଶୁଟିକୁ ଈଂଟ୍ୟୁବ୍ୱେଟେଡ଼ କରାଯାଇ ତାର ଅବସ୍ଥା ସ୍ଥିର କରାଯିବା ପରେ ମେ ୧୨ ତାରିଖ ଦିନ ଅସ୍ତ୍ରୋପଚାର କରାଯାଇଥିଲା ବୋଲି ସେ କହିଥିଲେ |

 

ଅପରେସନ ଦ୍ୱାରା ଶିଶୁର ଜୀବନ ବଞ୍ଚି ଯାଇଥିବା ବେଳେ ସେ ସୁସ୍ଥ ହୋଇ ଗୁରୁବାର ଦିନ ହସ୍ପିଟାଲ ରୁ ଡିସ୍ଚାର୍ଜ ହୋଇଛି |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking