34.5 C
Bhubaneswar
Wednesday, April 15, 2026
Homeଓଡିଶାଗ୍ରୀଷ୍ମ ପ୍ରବାହ: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଗ୍ରୀଷ୍ମ ପ୍ରବାହ: ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବୈଶାଖ ଆରମ୍ଭରୁ ଡହ ଡହ ଖରା ସହ ଆକାଶରୁ ଖସୁଛି ଅଗ୍ନି ବର୍ଷା । ଅସହ୍ୟ ଖରାକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବା ବେଳେ ୧୬ରୁ ୨୦ ଯାଏଁ ତାତିରୁ ନିସ୍ତାର ନାହିଁ । ୫ ଦିନ ଧରି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି ହୋଇଛି । ୪୫ ଡିଗ୍ରୀ ଛୁଇଁପାରେ ରାଜ୍ୟର ତାପମାତ୍ରା ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ପ୍ରବଳ ଖରା ଓ ଗୁଳୁଗୁଳି ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଉପକୂଳରୁ ଉପାନ୍ତ ସବୁଠି ତାତି ଅସହ୍ୟ କରୁଥିବା ବେଳେ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗରମ ସହ ଗୁଳୁଗୁଳିର ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକୁ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଠାରୁ ଆହୁରି ବଢ଼ିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ପଶ୍ଚିମ ଓଡ଼ିଶାର ୪ ଜିଲ୍ଲା ବଲାଙ୍ଗୀର, ସୋନପୁର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଗ୍ରୀଷ୍ମ ପ୍ରବାହ ବା ହିଟ୍ ୱେବ ସହ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ  ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking