37.1 C
Bhubaneswar
Sunday, April 28, 2024
Homeଓଡିଶାସ୍କୁଲ୍‌ରେ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର

ସ୍କୁଲ୍‌ରେ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର : ପାଠ ପଢ଼ା ପାଇଁ ସ୍କୁଲରେ ଖରାଛୁଟି କାଟଛାଣ୍ଟ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଜୁନ୍‌ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସ୍କୁଲ ସକାଳୁଆ ଚାଲୁ ରହିବ। ତେବେ ସକାଳୁଆ ସ୍କୁଲ ପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳେ ୬ଟାରୁ ୯ଟା ଯାଏଁ ସ୍କୁଲ ଖୋଲା ରହିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।  ଏପ୍ରିଲ ୨୦ ମଧ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ କ୍ଲାସ ପ୍ରମୋସନ ସରିବ ବୋଲି ସୂଚନା ମିଳିଛି ।

ମେ’ ୧ରୁ ଜୁନ୍ ୫ ତାରିଖ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ଏପ୍ରିଲ ୨୦ ତାରିଖ ସୁଦ୍ଧା ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ ପ୍ରମୋସନ କରାଯିବ । ହେଲେ ଏଥିନିମନ୍ତେ ପରୀକ୍ଷା କରାଯିବ ନା ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ପ୍ରମୋସନ ମିଳିବ, ଏନେଇ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶରେ ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।

ଏହାବାଦ୍ ଏପ୍ରିଲ ୨୦ରୁ ୩୦ ତାରିଖ ମଧ୍ୟରେ ପ୍ରଥମରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନୂଆ ନାମଲେଖା ଓ ପୁନଃ ନାମଲେଖା ପ୍ରକ୍ରିୟା ସାରିବାକୁ ସ୍କୁଲ୍‌ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପକ୍ଷରେ ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍‌ଇ)ର ନୂଆ ମୂଲ୍ୟାୟନ ନୀତି ଅନୁସାରେ ନବମ ଶ୍ରେଣୀ ଛାତ୍ରଛାତ୍ରୀମାନେ ସମ୍ମିଟିଭ ଆସେସ୍‌ମେଣ୍ଟ-୨ ପରୀକ୍ଷା ଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି । ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମ୍ମିଟିଭ୍ ଆସେସ୍‌ମେଣ୍ଟ ପରୀକ୍ଷା ଓ ଫଳାଫଳ ଘୋଷଣା ସହ ଦଶମ ଶ୍ରେଣୀକୁ ଉନ୍ନୀତ କରିବା ପ୍ରକ୍ରିୟା ମେ’ ୧୦ତାରିଖ ସୁଦ୍ଧା ଶେଷ କରିବାକୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking