ଭୁବନେଶ୍ବର: ଆସନ୍ତାକାଲିଠୁ ରାଜ୍ୟର ସବୁ ସ୍କୁଲ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା । ରାଜ୍ୟରେ ବଢ଼ିଚାଲିଥିବା ଖରାକୁ ଦୃଷ୍ଟିରେ ଏହି ପଦକ୍ଷେପ ନିଆଯାଇଛିା ଆସନ୍ତାକାଲିଠୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ଖରା ଛୁଟି ଘୋଷଣା ହୋଇଛି। ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛିା ତେଣୁ ପୂର୍ବରୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି। ତେବେ ସ୍କୁଲ କେବେ ଖୋଲିବ ସେନେଇ କିଛି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇ ନାହିଁ।
ସୂଚନାଯୋଗ୍ୟ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ସରକାର ଏପ୍ରିଲ ୧୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ସ୍କୁଲକୁ ଛୁଟି ଘୋଷଣା କରିଥିଲେ। ପରେ ପୁଣି ୧୯ ଓ ୨୦ ତାରିଖ ଦୁଇ ଦିନ ସରକାର ସବୁ ସ୍କୁଲକୁ ଛୁଟି ଘୋଷଣା କରିଥିଲେ। ତାତିରୁ ନିସ୍ତାର ମିଳୁ ନଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛୁ। ଦିନ ସାଢେ ୧୧ଟା ମଧ୍ୟରେ ରାଜଧାନୀ ସମେତ କିଛି ସହରର ତାପମାତ୍ରା ୪୦ ଡିଗ୍ରୀ ପାର କରି ଯାଉଛି। ତେବେ ଏହି ତାତିରୁ କେବେ ନିସ୍ତାର ମିଳିବ ରାଜ୍ୟବାସୀ ଅନାଇ ବସିଛନ୍ତି।