20.1 C
Bhubaneswar
Thursday, February 12, 2026
Homeଓଡିଶାସୁନ୍ଦରଗଡ଼ : ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ସର୍ବାଧିକ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର :ରାଜ୍ୟରେ ଏବେ ଡେଙ୍ଗୁ ଉପରମୁହାଁ । ୨୭ଶହ ପାର୍ କଲାଣି ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏଯାଏ ଓଡ଼ିଶାରେ ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏଥିମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏହାପଛକୁ ଖୋର୍ଦ୍ଧାରେ ୮୩୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ କେବଳ ଭୁବନେଶ୍ୱରରେ ୫୦୦ ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏବର୍ଷ ବର୍ଷାର ପରିମାଣ ଅଧିକ ଥିବାରୁ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାର ସମ୍ଭାବନା ରହିଛି। ଏହାର ପ୍ରତିକାର ଓ ସଚେତନତା ଲାଗି ଏଥର ଆଗୁଆ ପଦକ୍ଷେପ ମଧ୍ୟ ନିଆଯାଇଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking