27.1 C
Bhubaneswar
Saturday, December 6, 2025
Homeଓଡିଶାକୁହୁଡ଼ି ଆସ୍ତରଣରେ ସୁନ୍ଦରଗଡ଼, କୋରାପୁଟ

କୁହୁଡ଼ି ଆସ୍ତରଣରେ ସୁନ୍ଦରଗଡ଼, କୋରାପୁଟ

ଭୁବନେଶ୍ବର: ଆଜି ସକାଳେ ଘନ କୁହୁଡ଼ିର ଧଳା ଚାଦରରେ ଘୋଡ଼େଇ ହୋଇଥିଲା କୋରାପୁଟ ଓ ସୁନ୍ଦରଗଡ଼ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବି ଥିଲା କୁହୁଡ଼ିର ଆସ୍ତରଣ । ଏପଟେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମିଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ରାତି ପାରଦ ୨ ଡିଗ୍ରି ବଢ଼ିଛି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସହରର ରାତି ତାପମାତ୍ରା ସ୍ବାଭାବିକଠୁ ୭ ଡିଗ୍ରି ପର୍ଯ୍ୟନ୍ତ କମ୍‌ ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି। ଦାରିଙ୍ଗବାଡ଼ିରେ ଗତକାଲି ରାତିରେ ପାରଦସ୍ତର ୧୦ ଡିଗ୍ରି ତଳକୁ ଖସି ୯.୫ ଡିଗ୍ରିରେ ପହଞ୍ଚିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking