ଭୁବନେଶ୍ୱର: ପୂର୍ୱତନ ସିଏମ ହେମାନନ୍ଦ ବିଶ୍ୱାଳଙ୍କ ଝିଅ ସୁନୀତା ବିଶ୍ୱାଳ କଂଗ୍ରେସକୁ ଫେରିଲେ । ୨୦୧୯ରେ ବିଜେଡି ଟିକେଟରେ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରରୁ ଲଢିଥିଲେ । କାଲି ବିଜେଡିରୁ ଇସ୍ତଫା ଦେଇଥିଲେ । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ସୁନୀତା ୨୦୧୯ ନିର୍ବାଚନରେ ସୁନ୍ଦରଗଡ଼ ଆସନରୁ ଲଢ଼ିଥିଲେ। ଆଜି କଂଗ୍ରେସରେ ମିଶିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ମିଶିଲେ ।









