21.1 C
Bhubaneswar
Sunday, February 1, 2026
Homeଓଡିଶାହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ

ଜଗତସିଂହପୁର: ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଜଗତସିଂହପୁର ହାଟ ବଜାର ଅଞ୍ଚଳରେ ଏହି ଅଭାବନୀୟ ଘଟଣାଟି ଘଟିଛି । ମୃତକ ହୋମଗାର୍ଡଙ୍କୁ ତର୍ତ୍ତଙ୍ଗର କିଶୋର କୁମାର ଜେନା (୪୨) ବୋଲି ଚିହ୍ନଟ କରାଯାଇଛି । ସୂଚନା ଅନୁସାରେ, କିଶୋର ୨୦୧୦ରେ ହୋମଗାର୍ଡରେ ଭର୍ତ୍ତି ହୋଇଥିଲେ । ଗତକାଲି ତାଙ୍କର ରାତି ଡ୍ୟୁଟି ଥିଲା । ସେ ରାତି ପାଟ୍ରୋଲିଂରେ ନିୟୋଜିତ ଥିଲେ । ହାଟବଜାର ଅଞ୍ଚଳରେ ଡ୍ୟୁଟି କରୁଥିବା ସମୟରେ ହଠାତ୍ ଟଳି ପଡିଥିଲେ । ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏହି ଘଟଣାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking