25.1 C
Bhubaneswar
Tuesday, March 24, 2026
Homeଓଡିଶାଶ୍ରୀମନ୍ଦିରରେ ଆଜି ସ୍ବତନ୍ତ୍ର ନୀତିକାନ୍ତି

ଶ୍ରୀମନ୍ଦିରରେ ଆଜି ସ୍ବତନ୍ତ୍ର ନୀତିକାନ୍ତି

ପୁରୀ: ଆଜି କାର୍ତ୍ତିକ ପୂର୍ଣ୍ଣିମା । ଧର୍ମମାସ କାର୍ତ୍ତିକର ଶେଷ ଦିନ । ଆଜିର ଦିନରେ ବୋଇତ ବନ୍ଦାଣ ପରମ୍ପରା ରହିଛି । ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି ।ସେପଟେ  ଆଜି ପଞ୍ଚୁକର ଶେଷ ଦିନ ବା କାର୍ତ୍ତିକ ପୂର୍ଣ୍ଣିମା । ସ୍ୱର୍ଣ୍ଣ ଆଭୂଷଣରେ ସଜ୍ଜିତ ହେବା ସହ ରାଜରାଜେଶ୍ୱର ବା ରାଜାଧିରାଜ ବେଶରେ ଦର୍ଶନ ଦେବେ ଶ୍ରୀଜିଉ। କାର୍ତ୍ତିକ ପୂର୍ଣ୍ଣିମାରେ ମହୋଦଧିରେ ସ୍ନାନ ସହିତ ମହାପ୍ରଭୁଙ୍କୁ ଦର୍ଶନ କଲେ, ମହାପୁଣ୍ୟ ମିଳିଥାଏ ବୋଲି ରହିଛି ବିଶ୍ବାସ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼। ପ୍ରବଳ ଭିଡ଼ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିଶେଷକରି ସମୁଦ୍ରକୂଳରେ ମୋବାଇଲ ପାଟ୍ରୋଲିଂ ଭ୍ୟାନ୍‌ ଓ ସୁରକ୍ଷିତ ସ୍ନାନ ପାଇଁ ୨ଟି ଫେଜ୍‌ରେ ୩୦୦ରୁ ଅଧିକ ଲାଇଫଗାର୍ଡ ମୁତୟନ ହେବେ ।  ସେହିପରି ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡରେ ଗହଳି ନିୟନ୍ତ୍ରଣ କରାଯିବାକୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି  ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking