40.1 C
Bhubaneswar
Thursday, April 25, 2024
Homeଓଡିଶାସ୍ୱର୍ଗତଃ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୭୦ତମ ବଳିଦାନ ଦିବସ

ସ୍ୱର୍ଗତଃ ଡ.ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୭୦ତମ ବଳିଦାନ ଦିବସ

ଶ୍ୟାମାପ୍ରସାଦଙ୍କ ବିଚାରଧାରାକୁ ଆଧାର କରି ବିଜେପି ଦେଶବାସୀଙ୍କ ସେବା କରୁଛି: ସମୀର ମହାନ୍ତି
 ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୁର୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେପି ନେତୃବୃନ୍ଦ
 ରାଜ୍ୟ କାର୍ଯ୍ୟାଳୟଠାରେ ବୁଦ୍ଧିଜୀବି ପ୍ରକୋଷ୍ଠ ତରଫରୁ ବଳିଦାନ ଦିବସ ପାଳନ
 ବୃକ୍ଷରୋପଣ କରି ସବୁଜ ଓଡିଶା ନିର୍ମାଣ କରିବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଲେ ରାଜ୍ୟ ସଭାପତି
ଭୁବନେଶ୍ୱର, ତା.୨୩/୦୬: ‘ଭାରତୀୟ ଜନସଂଘ’ର ପ୍ରତିଷ୍ଠାତା ସଭାପତି ଡ.ଶ୍ୟାମାପ୍ରସାଦ ମୁଖାର୍ଜୀ ହେଉଛନ୍ତି, ବିଜେପି ବିଚାରାଧାର ଏବଂ ରାଜନୈତିକ ଆନ୍ଦୋଳନର ପ୍ରଣେତା । ୧୯୫୧ ମସିହାରେ ଡ.ମୁଖାର୍ଜୀଙ୍କ ନେତୃତ୍ୱରେ ପ୍ରତିଷ୍ଠିତ ‘ଭାରତୀୟ ଜନସଂଘ’, ପରବର୍ତୀ ସମୟରେ ‘ଭାରତୀୟ ଜନତା ପାର୍ଟୀ’ ଭଳି ବଟ ବୃକ୍ଷର ରୂପ ନେବା ସହିତ ଆଜି ସମଗ୍ର ବିଶ୍ୱରେ ସର୍ବବୃହତ ରାଜନୈତିକ ଦଳ ଭାବେ ପରିଚୟ ସୃଷ୍ଟି କରିଛି । ଦେଶର ବିକାଶ, ସାମାଜିକ ନୀତି, ରାଷ୍ଟ୍ରୀୟ ସୁରକ୍ଷା ନୀତି ଏବଂ ରାଷ୍ଟ୍ରୀୟ ଏକତାକୁ ନେଇ ସଂକଳ୍ପବଦ୍ଧ ଥିବା ସ୍ୱର୍ଗତଃ ମୁଖାର୍ଜୀ ବାସ୍ତବରେ ଦୂରଦ୍ରଷ୍ଟା ଥିଲେ । ସେହି ସମସ୍ତ ନୀତିକୁ ନେଇ ଭାରତୀୟ ଜନତା ପାର୍ଟୀ ଆଜି ଦେଶବାସୀଙ୍କ ସେବା କର୍ଯ୍ୟରେ ନିଜକୁ ସମର୍ପିତ କରିଛି । “ଏକ୍ ଦେଶ୍ ମେଁ ଦୋ ବିଧାନ୍‌, ଦୋ ପ୍ରଧାନ୍ ଔର ଦୋ ନିଶାନ୍ ନହିଁ ଚଲେଙ୍ଗେ” ନୀତିକୁ ଦୃଢତାର ସହ ପ୍ରତିବାଦ କରିଥିବା ସ୍ୱର୍ଗତଃ ମୁଖାର୍ଜୀଙ୍କ ସ୍ୱପ୍ନ ଆଜି ମୋଦି ସରକାରଙ୍କ ଶାସନରେ ପୁରଣ ହୋଇଛି । ଗତ ୨୦୧୯ ମସିହା ଅଗଷ୍ଟ ୫ ତାରିଖ ଦିନଧାରା ୩୭୦ ଓ ୩୫ (ଏ) ଉଚ୍ଛେଦ ପରେ କାଶ୍ମୀର ରାଜ୍ୟ ଭାରତ ବର୍ଷର ଅଭିନ୍ନ ଅଙ୍ଗ ଭାବେ ପରିଗଣିତ ହୋଇଛି । କାଶ୍ମୀରଠାରେ ସ୍ୱର୍ଗତଃ ମୁଖାର୍ଜୀଙ୍କ ମୃତ୍ୟୁ ପ୍ରସଙ୍ଗକୁ ନେଇ ଆଜି ମଧ୍ୟ ଦେଶବାସିଙ୍କ ମନରେ ଥିବା ସନ୍ଦେହ ଦୁରୀଭୁତ ହୋଇନାହିଁ । ସ୍ୱର୍ଗତଃ ମୁଖାର୍ଜୀଙ୍କ ବଳିଦାନ କେବେ ବି ବ୍ୟର୍ଥ ଯିବ ନାହିଁ । ସ୍ୱର୍ଗତଃ ମୁଖାର୍ଜୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ଆମେ ସମସ୍ତେ ସଂକଳ୍ପ ନେଇଛୁ ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି ।
ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୭୦ତମ ବଳିଦାନ ଦିବସ ପାଳନ ଅବସରରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତିଙ୍କ ସମେତ ବିଜେପି ନେତୃବୃନ୍ଦ ଆଜି ସକାଳେ ଭୁବନେଶ୍ୱରସ୍ଥିତ ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ଥିବା ପ୍ରତିମୁର୍ତିରେ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିବା ସହିତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଓ ସୁରମା ପାଢୀ, ରାଜ୍ୟ ସାଧାରଣ ସଂପାଦକ ଡ.ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ବିରଂଚି ତ୍ରିପାଠୀ, ଦିଲୀପ ମହାନ୍ତି, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାଶିସ ଆଚାର୍ଯ୍ୟ, ଜିଲ୍ଲା ସଭାପତି ବାବୁ ସିଂ, ଜଗନ୍ନାଥ ପ୍ରଧାନଙ୍କ ସମେତ ରାଜ୍ୟ ତଥା ଜିଲ୍ଲାର ଦଳୀୟ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ବୁଦ୍ଧିଜୀବି ପ୍ରକୋଷ୍ଠ ତରଫରୁ ବଳିଦାନ ଦିବସ ପାଳନ କରାଯାଇଥିଲା । ବିଜେପି ନେତୃବୃନ୍ଦ ଡ.ମୁଖାର୍ଜୀଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ଏହା ପରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ବୃକ୍ଷରୋପଣ କରି ସବୁଜ ଓଡିଶା ନିର୍ମାଣ କରିବା ପାଇଁ ରାଜ୍ୟବାସୀଙ୍କକୁ ଆହ୍ୱାନ ଦେଇଛନ୍ତି । ଏହି ଅବସରରେ ସାଂସଦ ଅପରାଜିତା ଷଡଙ୍ଗୀ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ବୁଦ୍ଧିଜୀବି ପ୍ରକୋଷ୍ଟ ରାଜ୍ୟ ସଂଯୋଜକ ସଜ୍ଜନ ଶର୍ମା, ବିଜେପି ବାର୍ତା ସଂପାଦକ ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଭୁବନାନନ୍ଦ ତ୍ରିପାଠୀ ପ୍ରମୁଖ ଡ.ଶ୍ୟାମାପ୍ରସାଦ ମୁର୍ଖାଜୀଙ୍କ ଜୀବନୀ, ଦର୍ଶନ ଓ ସଂଘର୍ଷ ସମ୍ପର୍କରେ ଆଲୋଚନା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking