26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକ୍ଷମ...

ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକ୍ଷମ କରିବେ ବୋଲି ଆଶା-ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟ ସରକାରଙ୍କ ଦ୍ୱାରା ତାଳଚେର ମେଡିକାଲ କଲେଜ ପରିଚାଳନା ନିଷ୍ପତି ପ୍ରସଙ୍ଗ

# ବିଭାଗୀୟ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ତାଳଚେର ମେଡ଼ିକାଲ କଲେଜକୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ନିଷ୍ପତି ସ୍ୱାଗତଯୋଗ୍ୟ
# ତାଳଚେର ମେଡ଼ିକାଲ କଲେଜ ପରିଚାଳନା ଦାୟିତ୍ୱ ଓଡ଼ିଶା ସରକାରଙ୍କୁ ହସ୍ତାନ୍ତର ନେଇ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ସହ ଆଲୋଚନା କରିଥିଲେ କେନ୍ଦମନ୍ତ୍ରୀ
# ଗତ ମାର୍ଚ୍ଚ ୯ରେ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କ ସହ ଆଲୋଚନା କରି ପତ୍ର ଲେଖିଥିଲେ କେନ୍ଦମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
# ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ତାଳଚେର ଠାରେ ଏମସିଏଲ ଦ୍ୱାରା ୪୯୨ କୋଟି ବ୍ୟୟରେ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯାଉଛି
# ଅନୁଗୋଳ ସମେତ ୬ଟି ଜିଲ୍ଲାର ପ୍ରାୟ ୭୦ ଲକ୍ଷ ଲୋକ ହେବେ ଉପକୃତ
# ରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ମଧ୍ୟ ପାଇପାରିବେ
ନୂଆଦିଲ୍ଲୀ/ଭୁବନେଶ୍ୱର, – ତାଳଚେର ସ୍ଥିତ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ୍ ରିସର୍ଚ୍ଚ(ମିମସାର)କୁ ଓଡ଼ିଶା ସରକାର ଓ ମହାନଦୀ କୋଲଡ ଫିଲ୍ଡ(ଏମସିଏଲ) ସମନ୍ୱୟ ରକ୍ଷା କରି ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବେ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ରାଜ୍ୟ ସରକାରଙ୍କ ଦ୍ୱାରା ତାଳଚେର ମେଡିକାଲ କଲେଜ ପରିଚାଳନା ନିଷ୍ପତି ପ୍ରସଙ୍ଗ ନେଇ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ତାଳଚେର ଠାରେ ଏମସିଏଲ ଦ୍ୱାରା ନିର୍ମିତ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ୍ ରିସର୍ଚ୍ଚକୁ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ହସ୍ତକ୍ଷେପ ପରେ ଓଡ଼ିଶା ସରକାର, ଏମସିଏଲର ସହଯୋଗରେ କାର୍ଯ୍ୟକାରୀ କରିବା ପାଇଁ ନେଇଥିବା ନିଷ୍ପତି ସ୍ୱାଗତଯୋଗ୍ୟ । ସମସ୍ତଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଦେଶର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ମେଡ଼ିକାଲ କଲେଜ ସ୍ଥାପନା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ରହିଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ତାଳଚେର ଠାରେ ଭାରତ ସରକାରଙ୍କ ଏମସିଏଲ ଦ୍ୱାରା ୪୯୨ କୋଟି ଟଙ୍କା ବ୍ୟୟରେ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯାଉଛି ।
ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ମେଡ଼ିକାଲକୁ କାର୍ଯ୍ୟକ୍ଷମ କରିବେ ବୋଲି ଆଶା କରୁଛି । ତାଳଚେର ମେଡିକାଲ କଲେଜ କାର୍ଯ୍ୟକାରୀ ହେବା ଦ୍ୱାରା ଅନୁଗୋଳ ଜିଲ୍ଲା ସମେତ ଢ଼େଙ୍କାନାଳ, ଦେବଗଡ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ ଓ ନୟାଗଡ ଜିଲ୍ଲାର ପ୍ରାୟ ୭୦ ଲକ୍ଷ ଲୋକମାନେ ଉତମ ସ୍ୱାସ୍ଥ୍ୟ ସୁବିଧା ପାଇବା ସହ ରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ପାଇପାରିବେ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି ।
ସୂଚନାଯୋଗ୍ୟ, ମହନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ ରିସର୍ଚ୍ଚ (ମିମସାର)ରେ ଏମସିଏଲ ତରଫରୁ ୧୦୦ ଏମବିବିଏସ ସିଟ୍ ଓ ୫୦୦ଟି ମେଡ଼ିକାଲ ଶଯ୍ୟା ସହ ସମସ୍ତ ଆନୁଷାଙ୍ଗିକ ବ୍ୟବସ୍ଥା କରାଯାଇଛି । ହସ୍ପିଟାଲକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବ୍ୟକ୍ତିଗତ ଭାବରେ ଭାରତ ସରକାରଙ୍କ କୋଇଲା ମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବା ସହ ଗତ ମାର୍ଚ୍ଚ ୯ ତାରିଖରେ ତାଙ୍କୁ ପତ୍ର ଲେଖି ଓଡିଶା ସରକାରଙ୍କୁ କଲେଜର ପରିଚାଳନା ଦାୟିତ୍ୱ ଦେବା ନେଇ ଅବଗତ କରିଥିଲେ । ଓଡ଼ିଶା ସରକାରଙ୍କ ଦ୍ୱାରା ଏହି ହସ୍ପିଟାଲର ପରିଚାଳନା, ରକ୍ଷଣାବେକ୍ଷଣ, ପ୍ରଶାସନିକ ଦାୟିତ୍ୱ ନେବାକୁ ଚିଠି ଲେଖିବା ପାଇଁ ପରାମର୍ଶ ଦେଇଥିଲେ କେନ୍ଦ୍ରମନ୍ତ୍ରୀ । ଏହି ମର୍ମରେ ମେଡ଼ିକାଲ କଲେଜର ପରିଚାଳନା ଦାୟିତ୍ୱ ନେବା ପାଇଁ ଏମସିଏଲର ସିଏମଡ଼ି ଗତ ଏପ୍ରିଲ ୨୧ ତାରିଖରେ ପତ୍ର ଲେଖି ଓଡ଼ିଶା ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କୁ ଅନୁରୋଧ କରିଥିଲେ ।
—————-

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking