ଚେନ୍ନାଇ: ତାମିଲନାଡୁର ଭିଲ୍ଲୁପୁରମ ଓ ଚେଙ୍ଗଲପଟ୍ଟୁ ଜିଲ୍ଲାରେ ବିଷାକ୍ତ ମଦ ପିଇ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ସୋମବାର ସୁଦ୍ଧା ୧୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଅନ୍ତର୍ଭୁକ୍ତ ।
ଏହାବ୍ୟତୀତ ବିଷାକ୍ତ ମଦ ପିଇ ଅସୁସ୍ଥ ହୋଇଥିବା ଆଉ ୨୮ ଜଣ ଏବେ ସୁଦ୍ଧା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ବିଷାକ୍ତ ମଦ ବିକ୍ରେତାଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।