36.1 C
Bhubaneswar
Wednesday, May 22, 2024
Homeବ୍ରେକୀଙ୍ଗବାଣ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୧୧ ମୃତ

ବାଣ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୧୧ ମୃତ

ନୂଆଦିଲ୍ଲୀ: ତାମିଲନାଡୁର ବିରୁଦ୍ଧନଗରରେ ଏକ ବାଣ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ଫଳରେ ଏହି ଅଗ୍ନିକାଣ୍ଡ ଯୋଗୁଁ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ମଧ୍ୟ ରହିଛନ୍ତି । ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ଦମକଳବାହିନୀର ୧୨ଟି ଗାଡି ପହଂଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । ହେଲେ ଫ୍ୟାକ୍ଟ୍ରି ଭିତରେ ବାରମ୍ବାର ବାଣ ବିସ୍ଫୋରଣ ହୋଇଥିଲା । ଏହି ଘଟଣା ପରେ ତାମିଲନାଡୁ ସିଏମ ଇକେ ପଲାନିସ୍ୱାମୀ ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ସେହିଭଳି ଗୁରୁତର ଆହତଙ୍କ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି । ପୀଡିତଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking