37.2 C
Bhubaneswar
Friday, April 19, 2024
Homeଓଡିଶାତାପସ ପାଲ୍‌ଙ୍କ ପରଲୋକ

ତାପସ ପାଲ୍‌ଙ୍କ ପରଲୋକ

ମୁମ୍ବାଇ: ଅଭିନେତା ତଥା ତୃଣମୂଳ କଂଗ୍ରେସର ପୂର୍ବତନ ସାଂସଦ ତାପସ ପାଲ୍‌ଙ୍କର ଆଜି ମୁମ୍ବାଇର ଏକ ଡାକ୍ତରଖାନାରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ତାପସ ମୁମ୍ବାଇରେ ରହୁଥିବା ତାଙ୍କ ଝିଅ ପାଖକୁ ଯାଇଥିଲେ। ସେଠାରୁ କୋଲକାତା ଫେରିବା ବେଳେ ମୁମ୍ବାଇ ବିମାନବନ୍ଦରରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତେଣୁ ତାଙ୍କୁ ଜୁହୁ ସ୍ଥିତ ଏକ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ପ୍ରାୟ ୪ଟା ବେଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାପସ ହୃଦ୍‌ରୋଗରେ ପୀଡ଼ିତ ଥିଲେ। ଏଥିପାଇଁ ଗତ ଦୁଇ ବର୍ଷରେ ସେ ଅନେକ ଥର ଡାକ୍ତରଖାନାରେ ଭର୍ତ୍ତି ମଧ୍ୟ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking