23.1 C
Bhubaneswar
Thursday, March 5, 2026
Homeଓଡିଶା‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ

‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ

ଭୁବନେଶ୍ୱର : ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ) ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ ସଦସ୍ୟ ଭାବେ ରଖାଯାଇଛି।

ଏହା ସହିତ ଏହି ଟାସ୍କ ଫୋର୍ସରେ ୩ ଜଣ ଏକ୍ସ-ଅଫିସିଓ ମେମ୍ବର ମଧ୍ୟ ରହିଛନ୍ତି। ସେମାନେ ହେଉଛନ୍ତି- ଦକ୍ଷିଣାଞ୍ଚଳ ଆରଡିସି, କେନ୍ଦ୍ରାଞ୍ଚଳ ଆରଡିସି ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଏହାର ସଦସ୍ୟ ଆବାହକ ଅଛନ୍ତି। ଏହି ଟାସ୍କ ଫୋର୍ସ ସଂପର୍କରେ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ କହିଥିଲେ ଯେ, ଓଡ଼ିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କ’ଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ଟାସ୍କ ଫୋର୍ସ ରିପୋର୍ଟ ଦାଖଲ କରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking