ଭୁବନେଶ୍ବର: ତାତିରୁ ନାହିଁ ନିସ୍ତାର, ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ରାଜ୍ୟର ୭ ସହରର ତାପମାତ୍ରା ୪୨ ଡିଗ୍ରୀ ଟପିଛି। ଅପରପକ୍ଷରେ ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ ସହରର ତାପମାତ୍ରା।ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଉତ୍ତପ୍ତ ବାୟୁ କ୍ରମାଗତ ଭାବେ ରାଜ୍ୟକୁ ପ୍ରବେଶ କରୁଛି।
ବାୟୁମଣ୍ଡଳରେ ଜଳୀୟବାଷ୍ପର ମାତ୍ରା କମିବାରୁ କାଳବୈଶାଖୀ ବର୍ଷା କମିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ପାଇଁ ତାପମାତ୍ରା ବଢୁଛି। ଉତ୍ତର ପଶ୍ଚିମ ବାୟୁ ତାପମାତ୍ରାକୁ ଆହୁରି ବଢାଉଛି। ତେବେ ଗ୍ରୀଷ୍ମ ପ୍ରବାହ ପାଇଁ ଦିନ ୧୧ଟା ଠାରୁ ୩ଟା ଯାଏଁ ଆବଶ୍ୟକତା ନଥିଲେ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।