35.1 C
Bhubaneswar
Sunday, April 13, 2025
Homeଓଡିଶାସାପ କାମୁଡ଼ାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ

ସାପ କାମୁଡ଼ାରେ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ

ବାଲେଶ୍ୱର : ବାଲେଶ୍ୱରରୁ କଟକ ସ୍ଥାନାନ୍ତର ବେଳେ ସୋମବାର ସକାଳେ ସୋର ଡାକ୍ତରଖାନାରେ ସାପ କାମୁଡାରେ ଗୁରୁତର ଶିକ୍ଷୟିତ୍ରୀଙ୍କ ମୃତ୍ୟୁ ହୋଇଯାଇଛି । ଜଳେଶ୍ୱର ବ୍ଲକ୍ ଚମାରଗାଁ ପଞ୍ଚାୟତ ଘୋଳାଇ ଗ୍ରାମର ଶିକ୍ଷୟିତ୍ରୀ ସୁମିତ୍ରା କର(୫୦) ସାପ କାମୁଡ଼ାରେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହେଉଥିବା ବେଳେ ସୋର ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଛି । ସୁମିତ୍ରା ଘୋଳାଇ ନିତ୍ୟାନନ୍ଦ ୟୁଜି ଏମ୍‌ଇ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ ।

ରବିବାର ବିଳମ୍ବିତ ରାତିରେ ସେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି ଥିଲା । ଏ ବାବଦରେ ସୁମିତ୍ରା ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ଲୋକେ ତାଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ତାଙ୍କ ଅବସ୍ଥା ଗୁରୁତର ଥିବାରୁ ଡାକ୍ତର ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ । ପରିବାର ଲୋକେ ତାଙ୍କୁ ଏକ ୧୦୮ ଆମ୍ବୁଲାନ୍ସରେ କଟକ ସ୍ଥାନାନ୍ତର କରୁଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ନିକଟରେ ତାଙ୍କର ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହେବାରୁ ତାଙ୍କୁ ସୋର ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking