33.1 C
Bhubaneswar
Friday, April 26, 2024
Homeଓଡିଶାବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ଟିମ୍ ଇଣ୍ଡିଆ

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ଟିମ୍ ଇଣ୍ଡିଆ

କଟକ : ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ ଖେଳାଯିବ । ଅଭ୍ୟାସ ପାଇଁ କଟକର ବାରବାଟୀ ଷ୍ଟାଡିୟମରେ ଟିମ୍ ଇଣ୍ଡିଆ ପହଞ୍ଚି ସାରିଛି । କଡ଼ା ସୁରକ୍ଷା ମଧ୍ୟରେ ସ୍ୱତନ୍ତ୍ର ବସ୍ ଯୋଗେ ଭୁବନେଶ୍ବରରୁ ଟିମ୍ ଇଣ୍ଡିଆକୁ ବାରବାଟୀ ଷ୍ଟାଡିୟମକୁ ନିଆଯାଇଥିଲା । ତେବେ ଆଉ କିଛି ସମୟ ପରେ ବାରବାଟୀରେ ଟିମ୍ ଇଣ୍ଡିଆ ଅଭ୍ୟାସ ଆରମ୍ଭ କରିବ ବୋଲି ଜଣାଯାଇଛି । ଅପରାହ୍ନ ୧ଟା ପର୍ଯ୍ୟନ୍ତ ଟିମ୍ ଇଣ୍ଡିଆର ଅଭ୍ୟାସ ଚାଲିବ । ଏହାପରେ ୱେଷ୍ଟଇଣ୍ତିଜ ଟିମ୍ ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ଅଭ୍ୟାସ କରିବେ ବୋଲି ସୂଚନା ମିଳିଛି ।
ତେବେ ଏଠାରେ ସୂଚନାଯୋଗ୍ୟ ଯେ ,ଆସନ୍ତାକାଲି ଭାରତ ଓ ୱେଷ୍ଟଇଣ୍ତିଜ ମଧ୍ୟରେ ଦିନିକିଆ ଶୃଙ୍ଖଳାର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍ ଖେଳାଯିବ। ପାଖାପାଖି ୮୦ ପ୍ଲାଟୁନ୍ ଫୋର୍ସ ଖେଳାଳିଙ୍କ ସୁରକ୍ଷା ଓ ଷ୍ଟାଡିୟମ ନିୟନ୍ତ୍ରଣରେ ନିୟୋଜିତ ହେବେ। ଖେଳାଳିମାନେ ଷ୍ଟାଡିୟମରେ ପହଞ୍ଚିବା ପରେ ଯେଉଁ ରାସ୍ତାରେ ସେମାନେ ଯିବେ ସେଠାରେ ନୂଆ ସାଜସଜ୍ଜା କରାଯାଇଛି । ଏଥିସହିତ ନୂଆ ରୂପ ପାଇଥିବା ଡ୍ରେସି˚ ରୁମ୍ ଓ କ୍ଲକ୍ ଟାଵାରକୁ ମଧ୍ୟ ଶନିବାର ଉଦଘାଟନ କରାଯିବାକୁ ଯୋଜନା ରହିଥିବା ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking