16.1 C
Bhubaneswar
Thursday, January 16, 2025
Homeଓଡିଶାଆସନ୍ତାକାଲିଠାରୁ ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଆସନ୍ତାକାଲିଠାରୁ ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର : ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା କାଲିଠାରୁ ମେ ୨ ପର୍ଯ୍ୟନ୍ତ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି ରହିବ । ତେବେ ପାଠପଢା ବନ୍ଦ ରହିଲେ ବି ପରୀକ୍ଷା ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଅନୁଷ୍ଠିତ ହେବ । ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ସରକାର ପୂର୍ବରୁ ହିଁ ସ୍କୁଲ, କଲେଜଗୁଡ଼ିକୁ ଛୁଟି ଘୋଷଣା କରିସାରିଛନ୍ତି ।

ଗତ ଏପ୍ରିଲରୁ ୨୬ରୁ ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ଘରୋଇ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଲାଗି ଏହି ନିୟମ ଲାଗୁ ହୋଇଛି । ସେହିପରି ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟ ଗୁଡ଼ିକ ଆସନ୍ତା ମେ ୨ ପର୍ଯ୍ୟନ୍ତ ବନ୍ଦ ରହିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking