19.1 C
Bhubaneswar
Monday, February 2, 2026
Homeଓଡିଶାରାଜ୍ୟରେ ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା

ରାଜ୍ୟରେ ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗର ତଥ୍ୟକୁ ଦେଖିଲେ, ଗତ ସପ୍ତାହ ମଧ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇଥିବାବେଳେ ପାରଳାଖେମୁଣ୍ଡିରେ ସର୍ବୋଚ୍ଚ ତାପମାତ୍ରା ୪ଥର ରେକର୍ଡ ହୋଇଛି। ୨୩ ତାରିଖରେ ଏଠାରେ ସର୍ବୋଚ୍ଚ ତାପମାତ୍ରା ୩୧.୬ ଡିଗ୍ରୀ ରହିଥିବାବେଳେ ୨୪ ତାରିଖରେ ୩୧.୬ ଡିଗ୍ରୀ, ୨୬ ତାରିଖରେ ୩୧.୮ ଡିଗ୍ରୀ ଓ ୨୭ ତାରିଖରେ ୩୨.୪ ଡିଗ୍ରୀ ରହିଥିଲା। ତେବେ ଶୁକ୍ରବାର ପୁରୀ, ଖୋର୍ଦ୍ଧା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଟକ, ନୟାଗଡ଼ ଓ ଗଞ୍ଜାମ ଜିଲା, ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ନୟାଗଡ଼, ଗଞ୍ଜାମ ଏବଂ ପୁରୀ ଜିଲାକୁ କୁହୁଡି ନେଇ ସତର୍କ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking