ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ସଡ଼କ ଦୁର୍ଘଟଣା । ଖଣ୍ଡଗିରି ଓଭରବ୍ରିଜ୍ ନିକଟରେ ଏକ ଲୁହା ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଛି ଅନ୍ୟ ଏକ ଟ୍ରକ୍ । ଦୁର୍ଘଟଣାରେ ଟ୍ରକ୍ ଚାଳକ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣା ପରେ କିଛି ସମୟ ପାଇଁ ଏହି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ଖଣ୍ଡଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତିଗ୍ରସ୍ତ ଗାଡ଼ିଗୁଡ଼ିକୁ ହଟାଇ ଯାତାୟାତ ସ୍ୱାଭାବିକ କରିଥିଲେ । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ପୁଲିସ ତଦନ୍ତ ଆରମ୍ଭ କରିଛି ।










