25.1 C
Bhubaneswar
Thursday, March 5, 2026
Homeଓଡିଶାଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୧୩ ହସ୍ତଶିଳ୍ପ ଦୋକାନ

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୧୩ ହସ୍ତଶିଳ୍ପ ଦୋକାନ

କୋଣାର୍କ: କୋଣାର୍କରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୩ ହସ୍ତଶିଳ୍ପ ଦୋକାନ। ସୂଚନା ମୂତାବକ ରବିବାର ବିଳମ୍ବିତ ରାତିରେ ସୂର୍ଯ୍ୟ ମନ୍ଦିର ମୁଖ୍ୟ ରାସ୍ତା ପାର୍ଶ୍ବରେ ଥିବା ଉଠା ଦୋକାନରେ ନିଆଁ ଲାଗି ଯାଇଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଏ ନେଇ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ହସ୍ତଶିଳ୍ପ ଓ ଜଳଖିଆ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ନିଆଁ ଲାଗି ପ୍ରାୟ ୨୦ ଲକ୍ଷ ଟଙ୍କାର ହସ୍ତଶିଳ୍ପ ସମାଗ୍ରୀ ଜଳି ପୋଡି ପାଉଁଶ ହୋଇଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking