30.1 C
Bhubaneswar
Wednesday, November 11, 2026
Homeଦେଶ ବିଦେଶକୁଲଗାମରେ ଆତଙ୍କବାଦୀ ଆକ୍ରମଣ: ୩ ସିଆର୍‌ପିଏଫ୍‌ ଯବାନ ଆହତ

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ୩ ସିଆର୍‌ପିଏଫ୍‌ ଯବାନ ଆହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଆକ୍ରମଣରେ ୩ ଜଣ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଛନ୍ତି। କୁଲଗାମର ଅଖରାନ ନିକଟରେ ଆତଙ୍କବାଦୀମାନେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଗୁଳି ଚଳାଇଥିଲେ। ଆତଙ୍କବାଦୀମାନେ ବାଇକ୍‌ରେ ଆସି ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତିନି ଜଣ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଗୁଳି ବାଜିଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଆକ୍ରମଣ ପରେ ସିଆର୍‌ପିଏଫ୍‌ ଯବାନମାନେ ପାଲଟା ଆକ୍ରମଣ ଆରମ୍ଭ କରିଛନ୍ତି। ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ଓ ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଛନ୍ତି। ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି। କ୍ୱିକ୍ ରିଆକ୍ସନ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଆକ୍ରମଣକାରୀ ଆତଙ୍କବାଦୀଙ୍କୁ ଚିହ୍ନଟ ଓ ଗିରଫ କରିବା ପାଇଁ ସର୍ଚ୍ଚ ଅପରେସନ୍ ଚାଲିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking