ନୂଆଦିଲ୍ଲୀ: ପାକିସ୍ତାନରୁ ଆସିଲା ବଡ଼ ଖବର । ଚାମ୍ପିୟନ୍ସ ଟ୍ରଫିକୁ ଆତଙ୍କୀ ଭୟ । ବିଦେଶୀ କ୍ରିକେଟ ପ୍ରେମୀଙ୍କୁ ଅପହରଣ ଯୋଜନା କରାଯାଇଥିବା ନେଇ ସୂଚନା ମିଳିଛି । ଏନେଇ ଖୋଦ ହାଇଆଲର୍ଟ ଜାରି କରିଛନ୍ତି ପାକିସ୍ତାନ ଗୁଇନ୍ଦା ବିଭାଗ । ଟିଟିପି, ଆଇଏସ୍ଆଇଏସ୍ ଉପରେ କଡ଼ା ନଜର ରଖାଯାଇଛି । ଏହାପୂର୍ବରୁ ପାକିସ୍ତାନରେ ଶ୍ରୀଲଙ୍କା ଖେଳିବାକୁ ଯାଇଥିବା ବେଳେ ଆତଙ୍କୀ ହମଲା ହୋଇଥିଲା । ଯେଉଁଥି ପାଇଁ ପାକିସ୍ତାନରେ ଅନେକ ବର୍ଷ ଧରି ଅନ୍ତର୍ଜାତୀୟ ମ୍ୟାଚ୍ ମଧ୍ୟ ବନ୍ଦ ରହିଥିଲା । ଏହାପରେ ସ୍ଥିତିରେ ସୁଧାର ଆସିବା ପରେ ଦୀର୍ଘ ବର୍ଷ ପରେ ପାକିସ୍ତାନରେ ଆଇସିସି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଛି ।










